କନକ ବ୍ୟୁରୋ; ସୁନ୍ଦରଗଡ଼ ଖଣି ଚୋରି ମାମଲା । ମୁଖ୍ୟମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଅଭିଯୋଗ । ସୁନ୍ଦରଗଡ଼ର ପୂର୍ବତନ ବିଧାୟିକା ତଥା ବରିଷ୍ଠ ବିଜେପି ନେତ୍ରୀ କୁସୁମ ଟେଟେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ତଦନ୍ତ ପାଇଁ ଦାବି କରିଛନ୍ତି ।
ଏହି ଖଣି ଚୋରି ମାମଲାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ ଜଣାଇଛନ୍ତି କୁସୁମ ଟେଟେ । ବର୍ଷ ବର୍ଷ ଧରି ସୁନ୍ଦରଗଡ଼ରେ କଳା ହୀରାର କଳା କାରବାର ଚାଲିଛି । ଏଥିରେ ବଡ଼ ବଡ଼ ମାଫିଆ, କିଛି ବରିଷ୍ଠ ରାଜନେତା ଓ ସରକାରୀ ବାବୁ ସାମିଲ ଥିବାରୁ ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ଦାବି କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କୁସୁମ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/04/07/nkl5pVbBB90W6AfLoJbT.jpg)