କନକ ବ୍ୟୁରୋ; ଆଜି ହେଉଛି ପବିତ୍ର ସୁନିଆ ଉତ୍ସବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୩ ସାଲ ପ୍ରଚଳନ ଓ ୬୯ ଅଙ୍କର ପ୍ରବେଶ ଆରମ୍ବ। ଏହି ଅବସରରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହୋଇଛି ସୁନିଆଁ ଉତ୍ସବ। ଜାତକ ଓ ପାଞ୍ଜି ଅଙ୍କ ଗଣନାର ରହିଛି ବିଶେଷ ମହତ୍ୱ। ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯାଉଛି । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି ଗଜପତି ମହାରାଜ ।
ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ହୋଇଛି । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯାଇଛି । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯାଇଛି । ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିଛନ୍ତି ।