କନକ ବ୍ୟୁରୋ : ଆସିଲା ଅତିରିକ୍ତ ବଜେଟ୍ । ବିଧାନସଭାରେ ଉପସ୍ଥାପିତ ହେଲା ଅତିରିକ୍ତ ବଜେଟ୍ । ୧୨ ହଜାର ୧୫୬ କୋଟିର ଟଙ୍କାର ଅତିରିକ୍ତ ବଜେଟରେ ବ୍ୟୟବରାଦ କରାଯାଇଛି । 
-    ରତ୍ନଭଣ୍ଡାର ପାଇଁ ୫କୋଟି
-    ସୁଭଦ୍ରା ପାଇଁ ୧୧୯୬ କୋଟି  
-    ପ୍ରଶାସନିକ କ୍ଷେତ୍ର ପାଇଁ ୧ହଜାର ୬୮୫ କୋଟି,   
-    ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ପାଇଁ ୧୨୦ କୋଟି । 
-    ଧରତୀ ଆବା ଜନଜାତିୟ ଗ୍ରାମ ଉତ୍କର୍ଷ ଅଭିଯାନ ପାଇଁ ୯୨ କୋଟି 
-    ସର୍ବନିମ୍ନ ଆବଶ୍ୟକତା କାର୍ଯ୍ୟକ୍ରମ ଅଧୀନରେ ନିର୍ବାଚନ ମଣ୍ଡଳୀ ଅନୁଯାୟୀ ଆବଣ୍ଟନ ପାଇଁ ୧୪୨ କୋଟି 
-    CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା 
-    ପୋଲିସ ଷ୍ଟେସନ ଓ ଫାଣ୍ଡିରେ CCTV ତନଖି ବ୍ୟବସ୍ଥା ସ୍ଥାପନ ପାଇଁ ୫୧ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
-    ୨୨ ଟି ITi ରେ ଉତ୍କର୍ଷ କେନ୍ଦ୍ର (Centre of Excellence)  ପ୍ରତିଷ୍ଠା ପାଇଁ ୧୩୦ କୋଟି 
-    ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତ ସୁବିଧା ବିକାଶ ପାଇଁ ୨୬ କୋଟି  
-    ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସମ୍ପ୍ରସାରଣ ପାଇଁ ୬୦ କୋଟି 
-    ବିଭିନ୍ନ ନିଯୁକ୍ତି ପରୀକ୍ଷା ଆୟୋଜନ ପାଇଁ ୧୫ କୋଟି 
-    ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ (GA&PG)  ଅଧୀନରେ ଥିବା ଅଣଆବାସିକ କୋଠାର ରକ୍ଷଣାବେକ୍ଷଣ ପାଇଁ ୧୩ କୋଟି 
-    କୋଠ ଭୋଗ ଦାନ ଯୋଜନା ପାଇଁ ୧୫ କୋଟି 
-    ଶ୍ରଦ୍ଧାଳୁମାନେ ରଥ ଚଢ଼ିନଥିବାରୁ ଦଇତାପତିଙ୍କୁ କ୍ଷତିପୂରଣ ବାବଦରେ ୧୨ କୋଟି 
-    ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀଙ୍କୁ ପାରିଶ୍ରମିକ ବ୍ୟବସ୍ଥା ପାଇଁ ଅନୁଦାନ ବାବଦରେ ୫ କୋଟି 
-    ଓଡ଼ିଶା ବିଧାନସଭାର କୋଠା ନିର୍ମାଣ ପାଇଁ ୬ କୋଟି 
-    ରାଜ୍ୟର ମାଧ୍ୟମିକ ବିଦ୍ୟାଳୟରେ ଅତିଥୁ ଅଧ୍ୟାପକଙ୍କ ଦରମା ବାବଦରେ ୨୦ କୋଟି 
-    ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦକୁ ୧୩ କୋଟି 
-    କର୍ମଚାରୀ ରାଜ୍ୟ ବୀମା ଯୋଜନାରେ ଔଷଧ ବାବଦରେ ୧୫ କୋଟି 
-    ଓଡ଼ିଶା ଉଠା ଜଳସେଚନ ନିଗମ (OLIC)କୁ ଅନୁଦାନ ବାବଦରେ ୨୦ କୋଟି
-    ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ସାଧାରଣ ମହାବିଦ୍ୟାଳୟଗୁଡ଼ିକ ପାଇଁ ଅନୁଦାନ ବାବଦରେ ୩୭ କୋଟି 
-    ମହାବିଦ୍ୟାଳୟଗୁଡ଼ିକ ପାଇଁ ଅନୁଦାନ ବାବଦରେ ୧୭ କୋଟି 
-    ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ବବିଦ୍ୟାଳୟଗୁଡ଼ିକ ପାଇଁ ଅନୁଦାନ ବାବଦରେ ୨୭ କୋଟି ଟଙ୍କା ବ୍ୟବସ୍ଥା କରାଯାଇଥିବା ବେଳେ ସେଥିମଧ୍ୟରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପାଇଁ ୫ କୋଟି ଟଙ୍କା, ଉତ୍କଳ ବିଶ୍ୱ ବିଦ୍ୟାଳୟ ପାଇଁ ୧୩ କୋଟି ଟଙ୍କା ଏବଂ ରେଭେନ୍ସା ବିଶ୍ବବିଦ୍ୟାଳୟ ପାଇଁ ୨ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି