କନକ ବ୍ୟୁରୋ: ତାରା ବାହିନୀପତି ୭ ଦିନ ପାଇଁ ନିଲମ୍ୱିତ । ଦିନରେ ଘଟିଥିବା ଘଟଣାକୁ ନେଇ ତାଙ୍କୁ ନିଲମ୍ୱନ କରାଯାଇଛି । ୭ ଦିନ ନିଲମ୍ୱନ ପାଇଁ ଆସିଥିଲା ପ୍ରସ୍ତାବ । ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ । ତାରାଙ୍କ ନିଲମ୍ୱନଙ୍କୁ ନେଇ ବିରୋଧ କରିଛି କଂଗ୍ରେସ । ମୁହଁରେ କଳାପଟି ବାନ୍ଧି ପ୍ରତିବାଦ କରୁଛନ୍ତି କଂଗ୍ରେସ କର୍ମୀ ।
ଆଜି ବଜେଟ ଅଧିବେଶନର ତୃତୀୟ ଦିନରେ ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳିଥିଲା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ କଂଗ୍ରେସ ଓ ବିଜେଡି ବିଧାୟକ ଗୃହର ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଥିଲେ । ନାରୀ ନିର୍ୟାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ବିଧାୟକ ହାତରେ ପ୍ଲାକାର୍ଡ ଧରି ନାରାବାଜି କରିଥିଲେ । କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/03/11/9p80urI8askJhuLqpHpx.jpg)