ଜଗତସିଂହପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ଘଟଣାର ତଦନ୍ତ ପାଇଁ ଗଠନ ହେଲା ଟିମ୍

ଘଟଣାସ୍ଥଳରେ ଏସପିଙ୍କ ଛାନଭିନ୍‌, ମୋବାଇଲ ଜବତ

ତଦନ୍ତ ପାଇଁ ୩ ଜଣିଆ ଟିମ୍

ତଦନ୍ତ ପାଇଁ ୩ ଜଣିଆ ଟିମ୍ Photograph: (KanakNews)

କନକ ବ୍ୟୁରୋ:  ଜଗତସିଂହପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ଘଟଣାର ତଦନ୍ତ ପାଇଁ ଗଠନ ହେଲା ଟିମ୍ । ଏସ୍‌ପିଙ୍କ ନେତୃତ୍ବରେ ୩ ଜଣିଆ ଟିମ୍ ଗଠନ କରାଯାଇଛି । ଅଭିଯୁକ୍ତଙ୍କୁ ଧରିବାକୁ ତନାଘନା ଚଳାଇଛି ପୁଲିସ । ଏହି ଘଟଣାରେ ଜଣେ ଅଭିଯୁକ୍ତକୁ ଅଟକ ରଖାଯାଇଛି । ଗତକାଲି ରାତିରେ ପୁଲିସ ଜଣଙ୍କୁ ଉଠାଇ ଆଣିଛି । ବାନ୍ଧବୀଙ୍କ ସହ ଆସୁଥିବା ବେଳେ ବିଲକୁ ଟେକିନେଇ ଦୁଇ ଯୁବକ ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ କକରିଛନ୍ତି ପୀଡ଼ିତାଙ୍କ ବାପା । ଗୁରୁତର ଅବସ୍ଥାରେ ୧୮ ବର୍ଷିୟ ଛାତ୍ରୀ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସଦର ଥାନା ମଜୁରାଇ ଚାନ୍ଦଗଡ଼ ଅଂଚଳର ଯୁବତୀ ରାତି ପ୍ରାୟ ୮ଟା ବେଳେ ଏକ ଜନ୍ମଦିନ ଉତ୍ସବକୁ ଯାଉଥିଲେ ।

ଜନ୍ମଦିନରେ ଶୀଘ୍ର ପହଞ୍ଚିବା ପାଇଁ ବିଲ ରାସ୍ତା ଦେଇ ବାନ୍ଧବୀଙ୍କ ସହ ଯାଉଥିବା ସମୟରେ ଦୁଇ ଜଣ ଯୁବକ ପୀଡ଼ିତାଙ୍କ ପାଟିକୁ ବନ୍ଦ କରି ଟେକି ନେଇ ଦୁଷ୍କର୍ମ କରିଥିଲେ । ତେବେ ଯୁବତୀ ଜଣକ ଚିତ୍କାର କରି ନିଜ ଘରକୁ ଦୌଡ଼ି ପଳେଇ ଆସିବା ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ମେଡିକାଲ ନିଆଯାଇଥିଲା । ଏନେଇ ପୀଡ଼ିତାଙ୍କ ବାପା ଜଗତସିଂହପୁର ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୁକ୍ତ ଦୁଇ ଜଣ ଫେରାର ହୋଇ ଯାଇଥିବା ବେଳେ ପୋଲିସ ଖୋଜାଖୋଜି ଜାରି ରଖିଛି । ଘଟଣାସ୍ଥଳରୁ ଏକ ମୋବାଇଲ ପୁଲିସ ଜବତ କରିଛି । ଏହି ମୋବାଇଲ୍ ଅଭିଯୁକ୍ତଙ୍କର ବୋଲି ସନ୍ଦେହ କରୁଛି ପୁଲିସ। ଦୁଇ ଜଣ ଅଭିଯୁକ୍ତ ନିକଟବର୍ତ୍ତୀ ଗାଁର ବୋଲି କୁହାଯାଉଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe