କନକ ବ୍ୟୁରୋ : ତେଲେଙ୍ଗାନାର ଫାର୍ମାସିଟିକାଲ କମ୍ପାନି ବିସ୍ଫୋରଣରେ ପ୍ରାଣ ହରାଇଥିବା ମୃତକଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ମୃତକଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଯୋଗାଇ ଦେବାକୁ ଘୋଷଣା କରାଯାଇଛି । ତେଲେଙ୍ଗାନା ବିସ୍ଫୋରଣରେ ଗଞ୍ଜାମର ତିନିଜଣ, ନବରଙ୍ଗପୁରର ଦୁଇ ଜଣ ଏବଂ କଟକ, ଯାଜପୁର ଓ ବାଲେଶ୍ୱରର ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ମୃତକଙ୍କ ପରିବାରକୁ ସହାୟତା ସହ ରାଜ୍ୟ ସରକାରଙ୍କ ଏକ ଅଧିକାରୀ ଦଳ ଘଟଣାସ୍ଥଳରେ ଉପସ୍ଥିତ ରହି ଉଦ୍ଧାର ଓ ଚିକିତ୍ସା କାର୍ଯ୍ୟର ଅନୁଧ୍ୟାନ କରୁଥିବା ସିଏମଓ ପକ୍ଷରୁ ସୂଚନା ଦିଆଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତେଲେଙ୍ଗାନା ଟ୍ରାଜେଡିରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ମୃତକଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଯୋଗାଇ ଦେବାକୁ ଘୋଷଣା କରାଯାଇଛି । ତେଲେଙ୍ଗାନା ବିସ୍ଫୋରଣରେ ଗଞ୍ଜାମର ତିନିଜଣ, ନବରଙ୍ଗପୁରର ଦୁଇ ଜଣ ଏବଂ କଟକ, ଯାଜପୁର ଓ ବାଲେଶ୍ୱରର ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।
/kanak/media/media_files/2025/07/04/telangana-pharma-company-blast-2025-07-04-16-02-28.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)