କନକ ବ୍ୟୁରୋ : ରାଜ୍ୟରେ ଜାନୁଆରୀରୁ କଲବଲ କଲାଣି ଖରା । ମାଘ ମାସରେ ଜାଡ଼ ବଦଳରେ ଉପରମୁହାଁ ପାରଦ । ଉପକୂଳରୁ ଆଭ୍ୟନ୍ତର, ସବୁଠି ଗରମ । ଦିନ ସମୟରେ ବାୟୁମଣ୍ଡଳ ଶୁଷ୍କ ରହୁଥିବା ବେଳେ ରାତିରେ ସମୁଦ୍ରରୁ ବାୟୁ ପ୍ରଭାବିତ ହେଉଛି । ଫଳରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି । ଅନ୍ୟପଟେ ରାଜ୍ୟରେ ଗୁରୁଚାପ ବଳୟର ପ୍ରଭାବ ଜାରି ରହିଛି। ଯାହା ପ୍ରଭାବରେ ଉତ୍ତରଉପକୂଳ ସମେତ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘନକୁହୁଡି ଦେଖିବାକୁ ମିଳିଛି ।
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବୃଦ୍ଧି ହେବ । ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତାପମାତ୍ରା ବୃଦ୍ଧି ସହ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ । ବିଶେଷ କରି ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ଦେଓଗଡ଼,ସୁନ୍ଦରଗଡ଼,କୋରାପୁଟ ରେ ଘନ କୁହୁଡି ନେଇ କିଛି କିଛି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/01/24/1zDx6QmnBsNsSS6TWdjP.jpg)