କନକ ବ୍ୟୁରୋ : ଉଦଘାଟିତ ହୋଇଛି ୧୯ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମେଳାକୁ ଉଦଘାଟନ କରିଛନ୍ତି। ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଭୁବନେଶ୍ଵର ଜନତା ମଇଦାନରେ ଚାଲିବାକୁ ଥିବା କାର୍ୟ୍ୟକ୍ରମରେ ୭୫୦ରୁ ଅଧିକ ଷ୍ଟଲ ଲାଗିଛି। ମେଳାଟି ପ୍ରତିଦିନ ଅପରାହ୍ନ ୩ ରୁ ରାତି ୧୦ ପର୍ଯ୍ୟନ୍ତ ଚାଲିବ। ୩୦ ଲକ୍ଷ ଜନ ସମାଗମ ସହ ୩୦କୋଟିର ବାଣିଜ୍ୟ ବ୍ୟବସାୟ ଲକ୍ଷ୍ୟ ରଖିଛି ବିଭାଗ। ଭାରତୀୟ ପାରମ୍ପରିକ କଳା, ହସ୍ତଶିଳ୍ପ ଏବଂ ହସ୍ତତନ୍ତର ସଂରକ୍ଷଣ ସହ ବୁଣାକାର ଏବଂ ହସ୍ତଶିଳ୍ପ କାରିଗରମାନଙ୍କ ଦ୍ଵାରା ପ୍ରସ୍ତୁତ ସାମଗ୍ରୀର ବିକ୍ରି ନିମନ୍ତେ ଏହା ଏକ ବଜାର ଯୋଗାଇଦେବ। ରାଜ୍ୟ ସରକାରଙ୍କ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୨୫୦ ଷ୍ଟଲ, ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୧୧୦ ଟି ଷ୍ଟଲ ବ୍ୟବସ୍ଥା ହୋଇଛି । ଓଡିଶାର ପାରମ୍ପରିକ ଖାଦ୍ୟ ପାଇଁ ୩୫ ଗୋଟି ଷ୍ଟଲ ରହିଛି। ଏତଦ ବ୍ୟତୀତ ବିଭିନ୍ନ ଶିକ୍ଷାନୁଷ୍ଠାନ, ଭାରତ ତଥା ଓଡିଶା ସରକାରଙ୍କ ଅଧିନସ୍ଥ ହସ୍ତଶିଳ୍ପ ଏବଂ ହସ୍ତତନ୍ତ ଭିତ୍ତିକ ସଂସ୍ଥାମାନେ ବିଭିନ୍ନ ଷ୍ଟଲରେ ଦର୍ଶକମାନଙ୍କୁ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଷୟରେ ଅବଗତ କରିବେ ବୋଲି ଉଦଘାଟନୀ ଉତ୍ସବରେ ସଚିବ କହିଛନ୍ତି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us