କନକ ବ୍ୟୁରୋ: କାଲିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ୨୯ରୁ ୩୧ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ବର୍ତ୍ତମାନ ଉତ୍ତର ପଶ୍ଚିମ ଝାଡଖଣ୍ଡ ଉପରେ ରହିଛି ଲଘୁଚାପ। କ୍ରମଶଃ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ । ୨୯ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଯାହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ୩୦ ଓ ୩୧ ତାରିଖ ଦିନ ମତ୍ସ୍ୟଜୀବୀଙ୍କୁ ସୁମଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯାଇଛନ୍ତି ସେମାନଙ୍କୁ ୨୯ ତାରିଖ ସୁଦ୍ଧା ଫେରିଆସିବାକୁ ସୂଚନା ଜାରି କରାଯାଇଛି ।
ଆସନ୍ତାକାଲିଠୁ ସାରା ରାଜ୍ୟରେ ବର୍ଷା । ୨୯ ତାରିଖରୁ ବଢ଼ିବ ବର୍ଷାର ପରିମାଣ
କାଲିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ୨୯ରୁ ୩୧ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ବର୍ତ୍ତମାନ ଉତ୍ତର ପଶ୍ଚିମ ଝାଡଖଣ୍ଡ ଉପରେ ରହିଛି ଲଘୁଚାପ।