କନକବ୍ୟୁରୋ : ମହୁମାଛି ଆକ୍ରମଣରେ ଗଲା ଜୀବନ। କଳାହାଣ୍ଡି ଜିଲ୍ଲା ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଗୁରୁତର ହୋଇଛନ୍ତି । ୪ ଗୁରୁତରଙ୍କୁ ବେନଗାଁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା । ଏମାନେ ଶୁକ୍ରବାର ସନ୍ଧ୍ୟାରେ ଟିଟିଙ୍ଗ ଝରଣ ମହୁଲ ଗଛ ଭଟା ଜଙ୍ଗଲକୁ ଜାଳେଣି କାଠ କାଟିବାକୁ ଯାଇଥିଲେ । 

Advertisment

ଏହି ସମୟରେ ହଠାତ୍ ଏକ ମହୁମାଛି ଦଳ ଆକ୍ରମଣ କରିବାରୁ ୫ ଜଣ ଗୁରୁତର ଆହତ ହୋଇଥିଲେ । ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ମେଡିକାଲ ନିଆଯାଇଥିଲା । ହେଲେ ବୁର୍ଜା ମାଝୀ ନାମକ ବ୍ୟକ୍ତି ଗୁରୁତର ହେବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଭବାନୀପାଟଣାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କ ମୃତ୍ୟୁ ହୋଇଛି । ବିଜେପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅପମୃତ୍ୟୁ ମାମାଲ ରୁଜୁ କରିଛି।