ଜୀବନ ନେଲା ମହୁମାଛି । କଳାହାଣ୍ଡି ବେତିଆପଡ଼ା ଗାଁର ଜଣେ ମୃତ୍ୟୁ ୪ ଗୁରୁତର

Advertisment

ମହୁମାଛି ଆକ୍ରମଣରେ ଗଲା ଜୀବନ । କଳାହାଣ୍ଡି ଜିଲ୍ଲା ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଗୁରୁତର ହୋଇଛନ୍ତି । ୪ ଗୁରୁତରଙ୍କୁ ବେନଗାଁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା

ମହୁମାଛି ଆକ୍ରମଣରେ ଗଲା ଜୀବନ । କଳାହାଣ୍ଡି ଜିଲ୍ଲା ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଗୁରୁତର ହୋଇଛନ୍ତି । ୪ ଗୁରୁତରଙ୍କୁ ବେନଗାଁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା

777

କନକବ୍ୟୁରୋ : ମହୁମାଛି ଆକ୍ରମଣରେ ଗଲା ଜୀବନ। କଳାହାଣ୍ଡି ଜିଲ୍ଲା ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଗୁରୁତର ହୋଇଛନ୍ତି । ୪ ଗୁରୁତରଙ୍କୁ ବେନଗାଁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା । ଏମାନେ ଶୁକ୍ରବାର ସନ୍ଧ୍ୟାରେ ଟିଟିଙ୍ଗ ଝରଣ ମହୁଲ ଗଛ ଭଟା ଜଙ୍ଗଲକୁ ଜାଳେଣି କାଠ କାଟିବାକୁ ଯାଇଥିଲେ । 

ଏହି ସମୟରେ ହଠାତ୍ ଏକ ମହୁମାଛି ଦଳ ଆକ୍ରମଣ କରିବାରୁ ୫ ଜଣ ଗୁରୁତର ଆହତ ହୋଇଥିଲେ । ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ମେଡିକାଲ ନିଆଯାଇଥିଲା । ହେଲେ ବୁର୍ଜା ମାଝୀ ନାମକ ବ୍ୟକ୍ତି ଗୁରୁତର ହେବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଭବାନୀପାଟଣାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କ ମୃତ୍ୟୁ ହୋଇଛି । ବିଜେପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅପମୃତ୍ୟୁ ମାମାଲ ରୁଜୁ କରିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe