କନକ ବ୍ୟୁରୋ : ଜୀବନ ଯୁଦ୍ଧରେ ହାରିଗଲେ ଏଫ୍ଏମ କଲେଜ ଛାତ୍ରୀ । ଜୀବନ ମରଣ ସହ ସଂଘର୍ଷ ପରେ ଗତକାଲି ରାତିରେ ଆଖି ବୁଜିଛନ୍ତି ପିଡ଼ିତା । ବାଲେଶ୍ୱର FM କଲେଜ କତୃପକ୍ଷଙ୍କ ନିର୍ଯାତନାର ଶିକାର ହେବା ପରେ ଶନିବାର ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ ଛାତ୍ରୀ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବାଲେଶ୍ବର ଓ ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ସଙ୍କଟପୂର୍ଣ୍ଣ ଅବସ୍ଥାରେ AIIMS ଭୁବନେଶ୍ୱରରେ ତାଙ୍କର ଚିକିତ୍ସା ଚାଲିଥିଲା । ତାଙ୍କ ଶରୀରର ୯୦ରୁ ୯୫ ପ୍ରତିଶତ ଅଂଶ ପୋଡିଯାଇଥିଲା । ୯୮ ପ୍ରତିଶତ ଭେଣ୍ଟିଲେଟର ସହାୟତାରେ ତାଙ୍କର ଚିକିତ୍ସା ଚାଲିଥିଲା ।
ଏମ୍ସର ୧୦ଜଣିଆ ଡାକ୍ତରୀ ଦଳ ଚିକିତ୍ସା କରୁଥିଲେ ବି ଏପର୍ଯ୍ୟନ୍ତ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କିଛି ଉନ୍ନତି ଆସିନଥିଲା । ଛାତ୍ରୀଙ୍କ ଫୁସଫୁସ ଓ କିଡନୀ ପ୍ରଭାବିତ ହୋଇଥିଲା । ତେବେ ଛାତ୍ରୀଙ୍କ ମୃତ୍ୟୁ ପରେ ବିଳମ୍ବିତ ରାତିରେ ମୃତଦେହର ବ୍ୟବଚ୍ଛେଦ କରାଯାଇଥିଲା । ବ୍ୟବଚ୍ଛେଦ ପରେ ଆମ୍ବୁଲାନ୍ସ ଯୋଗେ ଛାତ୍ରୀଙ୍କ ମୃତଦେହକୁ ତାଙ୍କ ନିଜ ଘର ବାଲେଶ୍ବର ଭୋଗରାଇ ଅଞ୍ଚଳକୁ ନିଆଯାଇଛି । ସେଠାରେ ତାଙ୍କ ଶେଷକୃତ୍ୟୁ ସମ୍ପନ୍ନ କରାଯିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2025/07/15/soumya-2025-07-15-07-29-21.jpg)