କନକ ବ୍ୟୁରୋ : ମାଆ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ବ୍ରହ୍ମପୁରରେ ପହଁଚି ମାଆ ବୁଢ଼ୀ ଠାକୁରାଣୀଙ୍କୁ ଅସ୍ଥାୟୀ ମଣ୍ଡପରେ ଦର୍ଶନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ ମଣ୍ଡପ ଗସ୍ତ ବେଳେ ସାଥିରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଓ ବିଧାୟକ କେ. ଅନିଲ କୁମାର, ଆସ୍କା ବିଧାୟକ ସରୋଜ ପାଢୀ, ଛତ୍ରପୁର ବିଧାୟକ କୃଷ୍ଣ ନାୟକ, ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ପ୍ରମୁଖ ମାଆଙ୍କ ଦର୍ଶନ କରିବା ସହ ଆଶିଷ ଭିକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ମାଆ ବୁଢ଼ୀ ଠାକୁରାଣୀଙ୍କୁ ଦର୍ଶନ କରିବା ଲାଗି ଗସ୍ତ କରିଥିବାରୁ ସକାଳୁ ସକାଳୁ ପ୍ରବଳ ଭିଡ଼ ଜମି ଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ା କଡି କରାଯାଇଥିଲା ।