ନୂଆଁଖାଇରେ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ,ଚାଷୀଙ୍କ ବ୍ୟାଙ୍କ ଖାତାକୁ ଯିବ ପ୍ରଥମ କିସ୍ତିର ଟଙ୍କା

Advertisment

ସମ୍ବଲପୁରରୁ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚାଷୀଙ୍କ ବ୍ୟାଙ୍କ ଖାତାକୁ ଯିବ ପ୍ରଥମ କିସ୍ତିର ଟଙ୍କା।

ସମ୍ବଲପୁରରୁ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚାଷୀଙ୍କ ବ୍ୟାଙ୍କ ଖାତାକୁ ଯିବ ପ୍ରଥମ କିସ୍ତିର ଟଙ୍କା।

cm 2

 କନକବ୍ୟୁରୋ: ସମ୍ବଲପୁରରୁ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚାଷୀଙ୍କ ବ୍ୟାଙ୍କ ଖାତାକୁ ଯିବ ପ୍ରଥମ କିସ୍ତିର ଟଙ୍କା। ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଏହି ଯୋଜନାର ଶୁଭାରମ୍ଭ କରିବାକୁ ଯାଉଛନ୍ତି। ଏହି ଯୋଜନା ମାଧ୍ୟମରେ ୪୫ଲକ୍ଷ ୭୬ହଜାର ୫୨୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୧୯ ଲକ୍ଷ ୧୨ ହଜାର ୧୨୨ ଭୂମିହୀନ ଚାଷୀ ଲାଭାନ୍ୱିତ  ହେବେ । ଏହା ସହ ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ୧୨,୫୦୦ ଟଙ୍କା ମିଳିବ। ସିଏମ କିଷାନ ଯୋଜନାରେ ୯୨୦କୋଟିର ଉର୍ଦ୍ଧ୍ବ ଟଙ୍କାର ଆର୍ଥିକ ସହାୟତା ଡେବିଟ ମାଧ୍ୟମରେ ଚାଷୀଙ୍କ ଖାତାକୁ ହସ୍ତାନ୍ତର କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସିଏମ କିଷାନ ଓ ପିଏମ କିଷାନ ଯୋଜନାରେ ନୂତନ ହିତାଧିକାରୀଙ୍କ ନାମ ପଞ୍ଜୀକରଣ ଲାଗି ନୂତନ ପୋଟାର୍ଲର ଉନ୍ମୋଚନ କରିବେ। ଏହାଦ୍ବାରା ପିଏମ କିଷାନ ଯୋଜନାର ସ୍ବତନ୍ତ୍ର ପଦକ୍ଷେପରେ ଆଗାମୀ ଦୁଇ ମାସ ପ୍ରଯ୍ୟନ୍ତ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ ପ୍ରକ୍ରିୟା ଆରମ୍ଭ ହେବ। କୃଷକ ଓଡ଼ିଶା ୟୁନିଫାଏଡ଼ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିବେ ମୁଖ୍ୟମନ୍ତ୍ରୀ। ଏହି ପୋର୍ଟାଲ ମାଧ୍ୟମରେ ଚାଷୀମାନେ ଗୋଟିଏ ସ୍ଥାନରେ ବିଭିନ୍ନ କୃଷି ଓ ଆନୁସଙ୍ଗିକ ବିଭାଗ ସମ୍ବନ୍ଧୀୟ ଯୋଜନାରେ ଆବେଦନ କରିପାରିବେ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe