କନକ ବ୍ୟୁରୋ : ଅଯୋଧ୍ୟା ରାମ ମନ୍ଦିର ମୁଖ୍ୟ ପୂଜକ ସତ୍ୟେନ୍ଦ୍ର ଦାସଙ୍କ ପରଲୋକ । ୮୭ବର୍ଷ ବୟସରେ ନିଧନ ହୋଇଥିବା ସୂଚନା ରହିଛି । ବ୍ରେନ ଷ୍ଟ୍ରୋକ ପରେ ଫେବ୍ରୁଆରୀ ୩ ତାରିଖରୁ ଲକ୍ଷ୍ନୌ ପିଜିଆଇ ହସ୍ପିଟାଲରେ ସତ୍ୟେନ୍ଦ୍ରଙ୍କ ଚିକିତ୍ସା ଚାଲିଥିଲା। ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବା ପରେ ତାଙ୍କୁ ନ୍ୟୁରୋଲୋଜି ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ତାଙ୍କ ବିୟୋଗରେ ଉତରପ୍ରଦେଶ ସରକାର ଶୋକ ବ୍ୟକ୍ତ କରିଛନ୍ତି। 

Advertisment

ଅଯୋଧ୍ୟା ମୁଖ୍ୟ ପୂଜକଙ୍କ ପରଲୋକ
୧୯୪୫ରେ ସନ୍ତକବୀରନଗର ଜିଲ୍ଲାରେ ସତ୍ୟେନ୍ଦ୍ର ଦାସଙ୍କ ଜନ୍ମ
ବାପା ଅଭିରାମଦାସଙ୍କୁଠୁ ପ୍ରଭାବିତ ହୋଇ ପ୍ରଭୁ ରାମଙ୍କ ଭକ୍ତ ହୋଇଥିଲେ ସତ୍ୟେନ୍ଦ୍ର
ପ୍ରଭୁଙ୍କ ସେବା ପାଇଁ ଘରଦ୍ବାରା ଛାଡି ଆଶ୍ରମରେ ସନ୍ନ୍ୟାସ ଜୀବନ ଗ୍ରହଣ କରିଥିଲେ
୧୯୯୨ ମସିହାରରେ ରାମମନ୍ଦିର ପୂଜକ ଭାବେ ଦାୟିତ୍ବ ନେଲେ
୩ଦଶନ୍ଧି ଧରି ରାମମନ୍ଦିର ପୂଜକ ଥିଲେ
ଅଯୋଧ୍ୟା ରାମମନ୍ଦିର ଆନ୍ଦୋଳନରେ ପ୍ରମୂଖ ଭୂମିକା ତୁଳାଇଥିଲେ