କନକ ବ୍ୟୁରୋ : ଖୋଲିଲା କାଉଣ୍ଟର। ଅଫ୍ଲାଇନ୍ ବିକ୍ରି ପାଇଁ ଆରମ୍ଭ ହେଲେ ଟିକେଟ୍ ବିକ୍ରି। ବାରବାଟୀ ବ୍ୟାଟେଲ ପାଇଁ ବଢୁଛି କ୍ରେଜ। ଭାରତ-ଇଂଲଣ୍ଡ ମ୍ୟାଚ୍ ପାଇଁ ଆଜିଠାରୁ ବିକ୍ରି ହେଉଛି ଅଫଲାଇନ ଟିକେଟ। ଏଥିପାଇଁ ରାତିଠୁ ବାରବାଟୀ ଷ୍ଟାଡିୟମ ନିକଟରେ ଲାଗିଛି ଲମ୍ବା ଲାଇନ। କେମିତି ଟିକେଟ ଗୋଟିଏ ମିଳିବ, ସେଇ ଆଶାରେ କ୍ରିକେଟପ୍ରେମୀ। ଅଫଲାଇନ ଟିକେଟ ବିକ୍ରି ହେଉଥିବା ବେଳେ ୧୨ ଘଣ୍ଟା ପୂର୍ବରୁ ଶହ ଶହ ଲୋକ ଲାଇନରେ ଛିଡା ହେଲେଣି। ଅନଲାଇନ ଟିକେଟରୁ ବଞ୍ଚିତ କ୍ରିକେଟପ୍ରେମୀ ଅଫଲାଇନରେ ଟିକେଟ କରିବାକୁ ବିଭିନ୍ନ ସ୍ଥାନରୁ ଧାଇଁ ଆସିଛନ୍ତି। ଓଡ଼ିଶା କ୍ରିକେଟ୍ ଆସୋସିଏସ୍ ପକ୍ଷରୁ ପୂର୍ବରୁ ଦିଆଯାଇଥିବା ସୂଚନା ଅନୁସାରେ ସାଧାରଣ ଦର୍ଶକମାନଙ୍କ ପାଇଁ କାଉଣ୍ଟରରେ ପ୍ରାୟ ୧୨ ହଜାର ଟିକଟ ବିକ୍ରି ହେବ। ସହଜରେ ଟିକେଟ ବିକ୍ରି ପାଇଁ ଏଥର ୪ଟି ଟିକେଟ୍ କାଉଣ୍ଟର କରାଯାଇଛି। ଦର୍ଶକମାନେ କିପରି ସହଜରେ ଟିକେଟ୍ କିଣିବେ, ସେଥିପାଇଁ ସ୍ପେସାଲ ଏନ୍କ୍ଲୋଜର, ଏସି ଗ୍ୟାଲେରି, ନ୍ୟୁ ପାଭିଲିୟନ ଓ କର୍ପୋରେଟ ବକ୍ସ ପାଇଁ ଘୋଡ଼ା ଗେଟ୍ କାଉଣ୍ଟର ଖୋଲିବ। ସେହିଭଳି କିଲ୍ଖାନା ଲେନ୍ରେ ଅନ୍ୟ ସମସ୍ତ ଗ୍ୟାଲେରି ଟିକେଟକୁ ବିକ୍ରି କରାଯିବ। ପ୍ରଥମ ଥର ପାଇଁ ମହିଳା ଦର୍ଶକଙ୍କ ପାଇଁ ଏକ ସ୍ୱତନ୍ତ୍ର କାଉଣ୍ଟର କରାଯାଇଛି। ଭିଡ଼ ନିୟନ୍ତ୍ରଣ ଠାରୁ ଆରମ୍ଭ କରି ବାରବାଟୀ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
ଖୋଲିଲା କାଉଣ୍ଟର, ଆରମ୍ଭ ହେଲା ଟିକେଟ୍ ବିକ୍ରି । ରାତିରୁ ଲାଗିଛି ଲମ୍ବା ଲାଇନ,ସୁରକ୍ଷା ବ୍ୟବସ୍ଥା କଡ଼ାକଡି
କେମିତି ଟିକେଟ ଗୋଟିଏ ମିଳିବ, ସେଇ ଆଶାରେ କ୍ରିକେଟପ୍ରେମୀ। ଅଫଲାଇନ ଟିକେଟ ବିକ୍ରି ହେଉଥିବା ବେଳେ ୧୨ ଘଣ୍ଟା ପୂର୍ବରୁ ଶହ ଶହ ଲୋକ ଲାଇନରେ ଛିଡା ହେଲେଣି। ଅନଲାଇନ ଟିକେଟରୁ ବଞ୍ଚିତ କ୍ରିକେଟପ୍ରେମୀ ଅଫଲାଇନରେ ଟିକେଟ କରିବାକୁ ବିଭିନ୍ନ ସ୍ଥାନରୁ ଧାଇଁ ଆସିଛନ୍ତି। ଓଡ଼ିଶା କ୍ରିକେଟ୍ ଆସୋସିଏସ୍ ପକ୍ଷରୁ ପୂର୍ବରୁ ଦିଆଯାଇଥିବା ସୂଚନା ଅନୁସାରେ ସାଧାରଣ ଦର୍ଶକମାନଙ୍କ ପାଇଁ କାଉଣ୍ଟରରେ ପ୍ରାୟ ୧୨ ହଜାର ଟିକଟ ବିକ୍ରି ହେବ। ସହଜରେ ଟିକେଟ ବିକ୍ରି ପାଇଁ ଏଥର ୪ଟି ଟିକେଟ୍ କାଉଣ୍ଟର କରାଯାଇଛି।
/kanak/media/media_files/2025/02/05/YipUA6UDVlTgrec8GXti.jpg)