କନକ ବ୍ୟୁରୋ: ମାଡିଆସୁଛି ବାତ୍ୟା । ପାଣିପାଗ ବିଭାଗ ସୂଚନା ଅନୁସାରେ, ଏବେ ବାତ୍ୟା ଭୀଷଣ ବାତ୍ୟାର ରୂପ ନେଇସାରିଛି । ଏବେ ଏହା ପାରାଦୀପଠାରୁ ଦକ୍ଷିଣ ପୂର୍ବ ଦିଗରେ ୨୬୦ କିଲୋମିଟର ଦୂରରେ ଥିବାବେଳେ, ଭଦ୍ରକ ଧାମରାଠାରୁ ୨୯୦ କିଲୋମିଟର ଦୂରରେ ଅଛି ଏବଂ ସାଗରଦ୍ୱୀପଠାରୁ ଏବେ ଏହା ୩୫୦ କିଲୋମିଟର ଦୂରରେ ଅଛି ।
ବାତ୍ୟା ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଆରମ୍ଭ ହୋଇଥିବାବେଳେ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି । ସୂଚନା ଅନୁସାରେ, ଏବେ ଏହା ୧୨ କିଲୋମିଟର ବେଗରେ ଆଗଉଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । କୌଣସି ଜିଲ୍ଲାରେ ଯେପରି କୌଣସି ଅଘଟଣ ନଘଟେ ସେଥିପାଇଁ ପ୍ରତି ତହସିଲରେ ସରକାରୀ କର୍ମଚାରୀଙ୍କୁ ଆଲର୍ଟ ମୋଡରେ ରଖାଯାଇଛି । ଏହାସହ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳରେ ରନ୍ଧାଖାଦ୍ୟ ଦିଆଯିବାରେ ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଶିକ୍ଷକଙ୍କୁ ଦାୟିତ୍ୱ ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2024/10/24/g70z6zMril6iXSgwr1LJ.jpg)