କନକ ବ୍ୟୁରୋ: ୧୨ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ । ଗତକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 

Advertisment

ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହା ସହ ଅନ୍ୟ କିଛି ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ପାଇଁ ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ ।