ରାଜ୍ୟରେ ୪ ଦିନ କାଳବୈଶାଖୀ ସୂଚନା ; ୧୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ତାତିରୁ ମିଳିବ ସାମାନ୍ୟ ଆଶ୍ବସ୍ତି, ୪ଦିନ ଯାଏଁ ରାଜ୍ୟରେ ଦେଖିବାକୁ ମିଳିବ କାଳବୈଶାଖୀର ପ୍ରଭାବ ।  ବର୍ଷା, ପବନ ସାଙ୍ଗକୁ ହେବ କୁଆପଥର ମାଡ଼ । ୧୨ ଜିଲ୍ଲାକୁ ଅରେଞ୍ଜ ଓ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି।

କାଳବୈଶାଖୀ

କାଳବୈଶାଖୀ Photograph: (କନକ ନ୍ୟୁଜ୍)

କନକ ବ୍ୟୁରୋ: ତାତିରୁ ମିଳିବ ସାମାନ୍ୟ ଆଶ୍ବସ୍ତି, ଆଜିଠୁ ୪ଦିନ ଯାଏଁ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବ । ବର୍ଷା, ପବନ ସାଙ୍ଗକୁ କୁଆପଥର ମାଡ଼ ହେବ । ୧୨ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡ଼ିକ ହେଉଛି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ । ସେହିପରି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।  ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଓ କାଁଭାଁ ସ୍ଥାନରେ କୁଆ ପଥର ବର୍ଷା ସମ୍ଭାବନା ରହିଛି । 

ସେହିପରି ୨୩ ତାରିଖରେ ୧୫ ଜିଲ୍ଲାକୁ ଏବଂ ୨୪ ତାରିଖରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କାଳବୈଶାଖୀ ବର୍ଷା ପ୍ରଭାବରେ ୩ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ତାପମାତ୍ରା ହ୍ରାସ ପାଇବ । ମାର୍ଚ୍ଚ ୨୫ରୁ ଧୀରେ ଧୀରେ ତାପମାତ୍ରା ବୃଦ୍ଧି ପାଇବ ବୋଲି କହିଛି ପାଣିପାଗ ବିଭାଗ । ଓଡ଼ିଶା ବାୟୁମଣ୍ଡଳ ଉପରି ଭାଗରେ ଲଘୁଚାପ ପ୍ରଭାବ ରହିଛି । ଏହାସହ ଉତ୍ତର ପଶ୍ଚିମ ଭାରତରେ ଏକ ଟ୍ରପଲାଇନ୍ ରହିଛି । ଏହାର ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe