କନକ ବ୍ୟୁରୋ : ଆଜି ବସିବ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ । ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ପ୍ରଥମ ବୈଠକରେ ନୂତନ କମିଟି ସଦସ୍ୟଙ୍କୁ ସ୍ୱାଗତ କରିବା ସହିତ ବିଭିନ୍ନ ସବ୍ କମିଟି ଗଠନ କରାଯିବ । ଗତ ମେ’ ୨୬ ତାରିଖରେ ହୋଇଥିବା ଶ୍ରୀମନ୍ଦିର ପରିଚାଳନା କମିଟିର ଉଚ୍ଚସ୍ତରୀୟ ପ୍ରାଶାସନିକ ବୈଠକର ବିବରଣୀକୁ ଦୃଢ଼ୀକରଣ କରାଯିବ । ସେପ୍ଟେମ୍ବର ୧୫ ତାରିଖରୁ ନାଟମଣ୍ଡପ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ନେଇ ହୋଇପାରେ ଆଲୋଚନା । ଧାଡ଼ି ଦର୍ଶନ ପାଇଁ କିଭଳି ପ୍ରସ୍ତୁତି ହେବ ସେନେଇ ଆଲୋଚନା ହେବ । ପରୀକ୍ଷାମୂଳକ ଭାବେ ପ୍ରଥମେ ଧାଡ଼ି ଦର୍ଶନ ହେବ । ସମସ୍ତ ନିଯୋଗ ସହିତ ଏନେଇ ଗତକାଲି ଆଲୋଚନା ହୋଇଥିଲା । ଆଜି ପରିଚାଳନା କମିଟି ବୈଠକରେ ଏ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯିବ । ରତ୍ନଭଣ୍ଡାରର ଅଳଙ୍କାର ସ୍ଥାନାନ୍ତରଣ ଓ ଗଣତି ମଣତି ନେଇ ମଧ୍ୟ ଆଲୋଚନା ହୋଇପାରେ । ଏଥିସହ ଚନ୍ଦ୍ରଗ୍ରହଣ ନୀତି ନିର୍ଘଣ୍ଟକୁ ମୋହର ମାରିବ ନୂତନ ପରିଚାଳନା କମିଟି । ମହାପ୍ରଭୁଙ୍କ ପୂଜା ଓ ଦର୍ଶନ ନାଁରେ ଅନଲାଇନରେ ଫେକ୍ ଓ୍ବେବସାଇଟ୍ ଖୋଲିଥିବା ସଂସ୍ଥା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବା ପାଇଁ ହୋଇପାରେ ନିଷ୍ପତ୍ତି ।
ଆଜି ବସିବ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ : ଅଧ୍ୟକ୍ଷତା କରିବେ ପୁରୀ ଗଜପତି ମହାରାଜ
ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ପ୍ରଥମ ବୈଠକରେ ନୂତନ କମିଟି ସଦସ୍ୟଙ୍କୁ ସ୍ୱାଗତ କରିବା ସହିତ ବିଭିନ୍ନ ସବ୍ କମିଟି ଗଠନ କରାଯିବ ।
/kanak/media/media_files/2025/09/03/srimandir-2025-09-03-07-30-26.jpg)