କନକ ବ୍ୟୁରୋ : ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଡିସେମ୍ବର ୩୦ ତାରିଖ ଯାଏଁ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା । ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି, ଏବେ ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି । ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲି ଯାଞ୍ଚ କରୁଛନ୍ତି । ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକା ଥରେ ଦୁଇଟି କିସ୍ତି ମିଳିବ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ । ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ମଧ୍ୟ ପ୍ରଥମ କିସ୍ତି ଟଙ୍କା ମିଳିବ ବୋଲି ସ୍ପଷ୍ଟ କରିଛନ୍ତି ପ୍ରଭାତୀ ।
ଜାନୁୟାରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ; ଉପ ମୁଖ୍ୟମନ୍ତ୍ରୀଙ୍କ ସୂଚନା
ସୁଭଦ୍ରା ଟଙ୍କା ପାଇଁ ପୂର୍ବରୁ ଡିସେମ୍ବର ୩୦ ଯାଏଁ ସମୟ ଦିଆ ଯାଇଥିବା ବେଳେ ବର୍ତ୍ତମାନ ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି । ଉପ ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁସାରେ ଏବେ ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି । ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲି ସର୍ଭେ କରୁଛନ୍ତି ।
/kanak/media/media_files/2025/01/04/nSvbr1yMjmUmyRHKssvO.jpg)