କନକ ବ୍ୟୁରୋ : ବିଧାନସଭା ବଜେଟ୍ ଅଧିବେଶନରେ ଆଜି ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ବିଭାଗୀୟ ମନ୍ତ୍ରୀ କହିଛନ୍ତି କି, ରାଜ୍ୟ ସରକାରଙ୍କ ପରିବହନ ବିଭାଗ ଏବେ କ୍ଷତିରେ ଚାଲିଛି । ଗତ ଦୁଇବର୍ଷ ମଧ୍ୟରେ ୪୫ କୋଟି ୪୬ ଲକ୍ଷ ଟଙ୍କା କ୍ଷତି ହୋଇଛି । ୨୦୨୨-୨୩ ଆର୍ଥିକ ବର୍ଷରେ ୧୮ କୋଟି ୮୩ ଲକ୍ଷ ଟଙ୍କା କ୍ଷତି ହୋଇଥିବା ବେଳେ ୨୦୨୩-୨୪ ଆର୍ଥିକ ବର୍ଷରେ ୨୬ କୋଟି ୬୨ ଲକ୍ଷ ଟଙ୍କା କ୍ଷତି ହୋଇଛି । ସେହିଭଳି ୨୦୨୨-୨୩ ରେ ୧୪୫ କୋଟି ଟଙ୍କା ଆୟ ହୋଇଥିବା ବେଳେ ବ୍ୟୟ ହୋଇଛି ୧୬୪ କୋଟି ୧୨ ଲକ୍ଷ ଟଙ୍କା । ଅନ୍ୟପଟେ ୨୦୨୩-୨୪ ଆର୍ଥିକ ବର୍ଷରେ ୧୫୬ କୋଟି ୪୩ ଲକ୍ଷ ଟଙ୍କା ଆୟ ହୋଇଥିବା ବେଳେ ବ୍ୟୟର ପରିମାଣ ରହିଛି ୧୮୩ କୋଟି ୬ ଲକ୍ଷ ଟଙ୍କା । ପୂର୍ବ ବର୍ଷ ତୁଳନାରେ ଆୟ ବଢିଥିବା ବେଳେ ବ୍ୟୟର ପରିମାଣ ବଢିଥିବା ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା ।