କନକବ୍ୟୁରୋ : ଗତ ଦୁଇ ଧରି ଉତ୍ତରପଶ୍ଚିମ ତଥା ଉତ୍ତର ଦିଗରୁ ଥଣ୍ଡା ବାୟୁ ପ୍ରବାହିତ ହେଉଥିବାରୁ ଦିନ ତାପମାତ୍ରାରେ ଦୃଷ୍ଟାନ୍ତ ମୂଳକ ହ୍ରାସ ଘଟିଛି । ହେଲେ ୯ ତାରିଖରୁ ଏକ ପଶ୍ଚିମା ଝଡ଼ ଉତ୍ତରପଶ୍ଚିମ ଭାରତକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି ।
ଆଉ ଏହି ଥଣ୍ଡା ବାୟୁର ପ୍ରଭାବ କମିବା ସହ ରାଜ୍ୟରେ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ପରେ, ପରବର୍ତ୍ତୀ ୪ଦିନ ମଧ୍ୟରେ ରାଜ୍ୟରେ ୩ ରୁ ୪ଡ଼ିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଦ୍ୱାରା ପ୍ରକାଶ ପାଇଥିବା ଆକଳନରେ ଆଗାମୀ ଦୁଇ ସପ୍ତାହ ଅର୍ଥାତ୍ ୨୦ ମାର୍ଚ୍ଚ ଯାଏଁ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି ।