କନକ ବ୍ୟୁରୋ : ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ । ଆଜି ବି ଲାଗିରହିବ ବର୍ଷା। ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ଆଜି ଓ  ଆସନ୍ତାକାଲି ସକାଳ ସୁଦ୍ଧା ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଗତକାଲି ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଓ ପବନ ହୋଇ ବ୍ୟାପକ କ୍ଷତି ଘଟିଥିଲା ।