କନକ ବ୍ୟୁରୋ: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ସୁଭଦ୍ରା ଯୋଜନା ସଂକ୍ରାନ୍ତରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିରେ ଶେଷ ପର୍ୟ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଆସିବ । ଆଉ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ । ତେବେ ୨ ଲକ୍ଷ ୬୭ ହଜାର ଅଯୋଗ୍ୟଙ୍କ ଭିତରୁ ଯେଉଁମାନଙ୍କର ଭୁଲ୍ ହେଇଥିଲା, ସେମାନଙ୍କର ରିଭ୍ୟୁ ଚାଲିଛି । ୨୨ ପ୍ରତିଶତ କାମ ସମାଧାନ ହେଇସାରିଛି , ଏବେ କେବଳ ଭେରିଫିକେସନ୍ ପରେ ସେମାନେ ଟଙ୍କା ପାଇବେ ବୋଲି ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି ।
ତେବେ ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କ ସମ୍ମୁଖରେ ବର୍ତ୍ତମାନ ପ୍ରବଳ ଭିଡ ରହୁଛି । ତେବେ ବ୍ୟାଙ୍କରେ ଅଯଥା ଭିଡ ନକରିବାକୁ କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ । ହିତାଧିକାରୀମାନେ ବ୍ୟସ୍ତ ହୁଅନ୍ତୁ ନାହିଁ । ଯାହାର ଆଧାର କାର୍ଡ ସହ ରାସନ୍ କାର୍ଡ ମ୍ୟାଚ୍ ନାହିଁ, ସେମାନେ ବ୍ୟାଙ୍କରେ ଆଧାର ଲିଙ୍କ କଲେ ସେମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା । ଅନ୍ୟପଟେ ବଣ୍ଡା ଘାଟିରେ ସୁଭଦ୍ରା ଯୋଜନାରୁ ବଞ୍ଚିତ ମହିଳାଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ, ସେମାନଙ୍କୁ ଯୋଜନାରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/media_files/2024/11/26/rmi6TObo6fJmUn7KZAFF.jpg)