ବିକଶିତ ଗାଁ ବିକଶିତ ଓଡିଶାର ଆଜି ଶୁଭାରମ୍ଭ । ପ୍ରତି ଗ୍ରାମସଭାରେ ପ୍ରସ୍ତୁତ ହେବ ୫ ବର୍ଷିଆ ଯୋଜନା

Advertisment

ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ । ଏଥି ପାଇଁ ମୋଟ ପାଣ୍ଠିର ୪୦ ପ୍ରତିଶତ ବା ୪୦୦ କୋଟି କେବଳ ଆଇଟିଡିଏ ବା ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକ୍‌ରେ ବ୍ଲକ୍‌ରେ ଖର୍ଚ୍ଚ ହେବ । ରାଜ୍ୟର ମୋଟ ୩୧୪ ବ୍ଳକ୍ ଭିତରୁ ୧୨୧ଟି ବ୍ଳକ୍ ଆଇଟିଡିଏ ଅଧୀନରେ ଆସୁଛି । ଏ ସବୁ ଅଞ୍ଚଳର ବିକାଶକୁ ସରକାର ଅଧିକ ଗୁରୁତ୍ବ ଦେବେ ।

tgtrgrtcg

grtgtg Photograph: (gtgtcghctfr)

କନକ ବ୍ୟୁରୋ :  ବିକଶିତ ଗାଁ ବିକଶିତ ଓଡ଼ିଶାର ଆଜି ଶୁଭାରମ୍ଭ। ଏନେଇ ପୂର୍ବରୁ ରାଜ୍ୟ ସରକାର ବିସ୍ତୃତ ମାର୍ଗଦର୍ଶିକା ଜାରି କରିସାରିଛନ୍ତି।  ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇସାରିଛି । ଫେବ୍ରୁଆରୀ ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି । ୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍‌ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି । ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ । ଏଥି ପାଇଁ ମୋଟ ପାଣ୍ଠିର ୪୦ ପ୍ରତିଶତ ବା ୪୦୦ କୋଟି କେବଳ ଆଇଟିଡିଏ ବା ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକ୍‌ରେ ବ୍ଲକ୍‌ରେ ଖର୍ଚ୍ଚ ହେବ । ରାଜ୍ୟର ମୋଟ ୩୧୪ ବ୍ଳକ୍ ଭିତରୁ ୧୨୧ଟି ବ୍ଳକ୍ ଆଇଟିଡିଏ ଅଧୀନରେ ଆସୁଛି । ଏ ସବୁ ଅଞ୍ଚଳର ବିକାଶକୁ ସରକାର ଅଧିକ ଗୁରୁତ୍ବ ଦେବେ । ବାକି ୧୯୩ଟି ବ୍ଲକରେ ଥିବା ପଞ୍ଚାୟତକୁ ୬୦୦ କୋଟି ଟଙ୍କାର ପାଣ୍ଠି ଆବଣ୍ଟନ ହେବ । ପ୍ରତି ଗାଁରେ ଭଲ ରାସ୍ତା ନିର୍ମାଣ ପାଇଁ ଟଙ୍କା ଦିଆଯିବ । ଗାଁରେ ବ୍ଲକ ଟପ୍ ରୋଡ୍, କଂକ୍ରିଟ୍ ରୋଡ଼ ଓ ପେଭର ବ୍ଲକ ରାସ୍ତା ତିଆରି ହେବ। ଆବଶ୍ୟକ ସ୍ଥାନରେ ଡ୍ରେନ୍ ବି ନିର୍ମାଣ ହେବ। ଏହାସହ ଆହୁରି ଅନେକ ପ୍ରକାର ଉନ୍ନତି ପାଇଁ ଯୋଜନା ରଖାଯାଇଛି। ସବୁ ପଞ୍ଚାୟତ ଗ୍ରାମସଭା ଡାକି ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନା ପାଇଁ ପ୍ରକଳ୍ପ ଚୟନ କରିବେ । ଗ୍ରାମସଭାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରାଯିବ। ଫେବ୍ରୁଆରୀ ୧୪ ସୁଦ୍ଧା ଗ୍ରାମସଭାରେ ପ୍ରକଳ୍ପ ତାଲିକା ଚୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ପଞ୍ଚାୟତ ୧୫ ତାରିଖରେ ବ୍ଲକ ରେ ଏହି ପ୍ରକଳ୍ପ ତାଲିକା ଦାଖଲ କରିବେ । ୧୮ ତାରିଖ ସୁଦ୍ଧା ପଞ୍ଚାୟତ ସମିତିର ଟେକ୍ନିକାଲ କମିଟି ଏହାକୁ ଯଞ୍ଚ ସାରିବ । ୨୦ ତାରିଖ ସୁଦ୍ଧା ଏହାକୁ ଜିଲ୍ଲାପାଳଙ୍କ ପାଖକୁ ପଠଯିବ । ଜିଲ୍ଲାପାଳ ପ୍ରକଳ୍ପର ଅନୁମୋଦନ ଦେବା ପରେ କାମ ଆଗେଇବ...

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe