କନକ ବ୍ୟୁରୋ: ଆରମ୍ଭ ହେଲା ପହଣ୍ଡି । ବଡ଼ ଠାକୁର ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ । ନୀଳକନ୍ଦରକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି । ରତ୍ନବେଦିକୁ ଫେରିବେ କଳାଠାକୁର । ମହାପ୍ରଭୁଙ୍କ ପତିତପାବନ ଯାତ୍ରାର ଆଜି ଶେଷ ଦିନ । ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ରତ୍ନବେଦୀକୁ ଫେରୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ରଥଯାତ୍ରା, ସୁନାବେଶ ଓ ଅଧରପଣା ସାରି ମହାପ୍ରଭୁ ଆଜି ଗୋଟି ପହଣ୍ଡିରେ ବଡ଼ଦେଉଳକୁ ଫେରୁଛନ୍ତି । ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦିରେ ପୁଣି ବିରାଜମାନ କରିବେ । ରତ୍ନସିଂହାସନରୁ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେବେ ।
ପ୍ରଥମେ ମଦନମୋହନ ଓ ପରେ ରାମକୃଷ୍ଣଙ୍କୁ ରତ୍ନସିଂହାସନରେ ବିରାଜମାନ କରାଯାଇଛି । ଆଉ ଏବେ ପ୍ରଭୁ ବଳଭଦ୍ର ଗୋଟି ପହଣ୍ଡିରେ ଯାଉଛନ୍ତି । ପରେ ଦେବୀ ସୁଭଦ୍ରା, ଶେଷରେ କାଳିଆ ସାଆନ୍ତ ରତ୍ନ ସିଂହାସନରେ ବିରାଜମାନ କରିବେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/07/08/23cd-2025-07-08-20-56-24.jpg)