ଆରମ୍ଭ ହେଲା ପହଣ୍ଡି, ବଡ଼ ଦେଉଳକୁ ଫେରୁଛନ୍ତି ବଡ଼ ଠାକୁର

ଆରମ୍ଭ ହେଲା ପହଣ୍ଡି । ବଡ଼ ଠାକୁର ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ । ନୀଳକନ୍ଦରକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି । ରତ୍ନବେଦିକୁ ଫେରିବେ କଳାଠାକୁର । ମହାପ୍ରଭୁଙ୍କ ପତିତପାବନ ଯାତ୍ରାର ଆଜି ଶେଷ ଦିନ ।

23vdvd

Photograph: (kanak news)

କନକ ବ୍ୟୁରୋ: ଆରମ୍ଭ ହେଲା ପହଣ୍ଡି । ବଡ଼ ଠାକୁର ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ । ନୀଳକନ୍ଦରକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି । ରତ୍ନବେଦିକୁ ଫେରିବେ କଳାଠାକୁର । ମହାପ୍ରଭୁଙ୍କ ପତିତପାବନ ଯାତ୍ରାର ଆଜି ଶେଷ ଦିନ । ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ରତ୍ନବେଦୀକୁ ଫେରୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ରଥଯାତ୍ରା, ସୁନାବେଶ ଓ ଅଧରପଣା ସାରି ମହାପ୍ରଭୁ ଆଜି ଗୋଟି ପହଣ୍ଡିରେ ବଡ଼ଦେଉଳକୁ ଫେରୁଛନ୍ତି । ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦିରେ ପୁଣି ବିରାଜମାନ କରିବେ । ରତ୍ନସିଂହାସନରୁ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେବେ । 

ପ୍ରଥମେ ମଦନମୋହନ ଓ ପରେ ରାମକୃଷ୍ଣଙ୍କୁ ରତ୍ନସିଂହାସନରେ ବିରାଜମାନ କରାଯାଇଛି । ଆଉ ଏବେ ପ୍ରଭୁ ବଳଭଦ୍ର ଗୋଟି ପହଣ୍ଡିରେ ଯାଉଛନ୍ତି । ପରେ ଦେବୀ ସୁଭଦ୍ରା, ଶେଷରେ କାଳିଆ ସାଆନ୍ତ ରତ୍ନ ସିଂହାସନରେ ବିରାଜମାନ କରିବେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe