ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତ ୨ ପରୀକ୍ଷା,  ରାଜ୍ୟରେ ମୋଟ ୪ଲକ୍ଷ ୧ହଜାର ୬୨୩ ଜଣ ପରୀକ୍ଷାର୍ଥୀ ଦେବେ ପରୀକ୍ଷା

Advertisment

ଚଳିତ ବର୍ଷ ରାଜ୍ୟରେ ମୋଟ ୪ଲକ୍ଷ ୧ହଜାର ୬୨୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ଏଥିରେ ରେଗୁଲାରରେ ୩ ଲକ୍ଷ ୭୬ ହଜାର ୫୩୫ ଓ ଏକ୍ସ-ରେଗୁଲାରରେ ୨୫ ହଜାର ୮୮ ଜଣ ଛାତ୍ରଛାତ୍ରୀ ଅଛନ୍ତି ।

ଚଳିତ ବର୍ଷ ରାଜ୍ୟରେ ମୋଟ ୪ଲକ୍ଷ ୧ହଜାର ୬୨୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ଏଥିରେ ରେଗୁଲାରରେ ୩ ଲକ୍ଷ ୭୬ ହଜାର ୫୩୫ ଓ ଏକ୍ସ-ରେଗୁଲାରରେ ୨୫ ହଜାର ୮୮ ଜଣ ଛାତ୍ରଛାତ୍ରୀ ଅଛନ୍ତି ।

Exam odisha

Exam odisha Photograph: (KanakNews)

କନକ ବ୍ୟୁରୋ: ଚଳିତ ବର୍ଷ ରାଜ୍ୟରେ ମୋଟ ୪ଲକ୍ଷ ୧ହଜାର ୬୨୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ଏଥିରେ ରେଗୁଲାରରେ ୩ ଲକ୍ଷ ୭୬ ହଜାର ୫୩୫ ଓ ଏକ୍ସ-ରେଗୁଲାରରେ ୨୫ ହଜାର ୮୮ ଜଣ ଛାତ୍ରଛାତ୍ରୀ ଅଛନ୍ତି । ରାଜ୍ୟର ୨୧୧ଟି ପରୀକ୍ଷା ହବ୍‌କୁ କଡା ସୁରକ୍ଷା ବଳୟ ମଧ୍ୟରେ ପ୍ରଶ୍ନପତ୍ର ପହଞ୍ଚାଇ ଦିଆଯାଇଛି । ଆସନ୍ତାକାଲି ମୋଟ ୧୩୬୪ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହେବ ।

ଅଧିକ ପଢନ୍ତୁ: ଫେବ୍ରୁଆରି ୧୮ ତାରିଖରୁ +୨ ପରୀକ୍ଷା; ପ୍ରଥମ ଥର ପାଇଁ ହେବ ୱେବ୍‌ କାଷ୍ଟିଂ

କପି ରୋକିବା ସହ ନକଲମୁକ୍ତ ପରୀକ୍ଷା ପାଇଁ ୫ଟି ସ୍ତରରେ ୧୦୨ଟି ସ୍କ୍ୱାର୍ଡ ଟିମ୍‌ ଗଠନ କରାଯାଇଛି, ଯେଉଁମାନେ ହଠାତ୍ ପରୀକ୍ଷା କେନ୍ଦ୍ର ପହଞ୍ଚି ଯାଞ୍ଚ କରିବେ । ଏଥର ପ୍ରଥମ ଥର ପାଇଁ GPS ବ୍ୟବସ୍ଥାରେ ପ୍ରଶ୍ନପତ୍ର ଓ ଉତ୍ତରଖାତା ପଠାଯାଇଛି । ସମସ୍ତ ହବ୍‌ରେ 24x7 ଲାଇଭ୍‌ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା କରାଯାଇଛି। ଏହାର ସିଧାସଳଖ ନିୟନ୍ତ୍ରଣ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦରେ ରହିଛି, ଯାହା ମାଧ୍ୟମରେ ପରୀକ୍ଷା ପ୍ରକ୍ରିୟାକୁ ତଦାରଖ କରିହେବ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe