କନକ ବ୍ୟୁରୋ : ପ୍ରୟାଗରାଜରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମହାକୁମ୍ଭ ସ୍ନାନ ପାଇଁ ପହଞ୍ଚିଛନ୍ତି। ମୋଦୀଙ୍କ ଗସ୍ତ ପାଇଁ ସଙ୍ଗମ ସ୍ଥଳରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରୟାଗରାଜରେ ପହଞ୍ଚି ପ୍ରଥମେ ନୌକାବିହାର କରୁଛନ୍ତି ପ୍ରଧାନମନ୍ତ୍ରୀ। ଏହାପରେ ବୁଡ଼ ପକାଇବା ପରେ ଆଖଡା ସାଧୁସନ୍ଥଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ମହାକୁମ୍ଭ ୨୦୨୫ ଜାନୁଆରୀ ୧୩ ରେ ପୌଷ ପୂର୍ଣ୍ଣିମାରୁ ଆରମ୍ଭ ହୋଇ ଫେବୃଆରୀ ୨୬ ମହାଶିବରାତ୍ରି ପର୍ଯ୍ୟନ୍ତ  ଚାଲିବ। ମହାକୁମ୍ଭ ହେଉଛି ବିଶ୍ୱର ସର୍ବବୃହତ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ । ସାରା ବିଶ୍ୱରୁ ଭକ୍ତ ଏଥିରେ ସାମିଲ ହେଉଛନ୍ତି।