କନକ ବ୍ୟୁରୋ: ରାଜ୍ୟରେ ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଏନେଇ ରାଜ୍ୟ ସରକାର ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି । ତହସିଲ,ବ୍ଲକ ଓ ଥାନା ସ୍ତରରେ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ବିଶେଷକରି ଭୁବନେଶ୍ୱର, କେନ୍ଦ୍ରାପଡା ଓ ପୁରୀରେ ଥିବା ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ସୂଚନା ଅନୁଯାୟୀ,୨୦୨୧ ମସିହା ସୁଦ୍ଧା ରାଜ୍ୟରେ ସମୁଦାୟ ୩ ହଜାର ୭୪୦ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀ ବେଆଇନ ଭାବେ ବିଭିନ୍ନ ଜିଲ୍ଲାରେ ବସବାସ କରୁଛନ୍ତି ।
ବରଗଡରେ ୨, ଭଦ୍ରକରେ ୧୯୯, କେନ୍ଦ୍ରାପଡ଼ାରେ ୧ହଜାର ୬୪୯, ଭୁବନେଶ୍ଵରରେ ୧୭, ଜଗତସିଂପୁରରେ ୧ ହଜାର ୧୧୨. ମାଲକାନଗିରିରେ ୬୫୫ ଓ ନବରଙ୍ଗପୁର ଜିଲ୍ଲାରେ ୧୦୬ ଜଣ ବସବାସ କରୁଛନ୍ତି । ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/wz2CVai0tGZhNgF6RTOK.jpg)