କନକ ବ୍ୟୁରୋ : ପୋଲ ଉପରେ ୩ ଫୁଟର ବନ୍ୟାଜଳ । କେନ୍ଦୁଝର ଜିଲ୍ଲା ତେଲକୋଇସ୍ଥିତ ପିଟାନାଳି ପୋଲ ଉପରେ ୩ ଫୁଟର ପାଣି ଚାଲୁଛି । କେନ୍ଦୁଝର ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ପାଣି ଜମି ରହିଛି । ତଳିଆ ଅଞ୍ଚଳ ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି । ପିଟାନାଳି ପୋଲ ନିକଟରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି । ଆଗକୁ ବଡ଼ ବର୍ଷା ରହିଛି । ଲଘୁଚାପ କାରଣରୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଉ ବର୍ଷା ବଢ଼ିଲେ ବନ୍ୟା ସ୍ଥିତି ଆହୁରି ସଂଗୀନ ହେବ ବୋଲି ଅନୁମାନ କରାଯାଉଛି ।
ସେପଟେ, ବଙ୍ଗୋପସାଗରରେ ସୃଷ୍ଟିହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ନେଇପାରେ ଅବପାତର ରୂପ । ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଉତ୍ତର ପଶ୍ଚିମ ଦିଗରେ ଆଗକୁ ଗତି କରିବା ସହ ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି । ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଏବଂ କେନ୍ଦୁଝରରେ ଲାଗି ରହିଛି ବର୍ଷା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2025/07/14/banya-2025-07-14-11-34-53.jpg)