କନକ ବ୍ୟୁରୋ : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏଥିସହ ଦକ୍ଷିଣ ଉପକୂଳ ମିଆଁମାର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ରହିଛି । ଉଭୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ସମ୍ଭାବନା ରହିଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ନୟାଗଡ଼, ନୂଆପଡ଼ା ଜିଲ୍ଲାରେ ଘଡ଼ଘଡି ସହ ପ୍ରବଳ ବର୍ଷାର ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପରବର୍ତ୍ତୀ ସମୟରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ । 

Advertisment

୨୪ ତାରିଖ ସକାଳରୁ ୨୬ ତାରିଖ ପୂର୍ବାହ୍ନ ଯାଏଁ ଦକ୍ଷିଣ ଓଡ଼ିଶା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ ବର୍ଷାର ପ୍ରଭାବ ଲାଗି ରହିବ। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର ।