କନକ ବ୍ୟୁରୋ : ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବ କମିଟିର ଯୁଗ୍ମ ବୈଠକ ବସିଛି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ଡ ଗିରିଶ ଚନ୍ଦ୍ର ମୁର୍ମୁ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଉପସ୍ଥିତ ଥିଲେ । କମିଟିରେ ଅନେକ ଗୁରୁତ୍ୱପୂର୍ଣ ପ୍ରସଙ୍ଗ ନେଇ ବୈଠକରେ ଆଲୋଚନା ହୋଇଛି । ଶ୍ରୀଜଗନ୍ନାଥ ଧାମକୁ ଏକ ଶ୍ରେଷ୍ଠ ଧାର୍ମିକ ଏବଂ ସାଂସ୍କୃତିକ ସ୍ଥଳରେ ପରିଣତ କରିବା ପାଇଁ ବୈଠକରେ ଆଲୋଚନା ହୋଇଛି ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅସମ୍ପୂର୍ଣ୍ଣ କାମ ଖୁବଶୀଘ୍ର ଶେଷ ହେବ
ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ, ଶ୍ରୀମାର୍ଗର ଉନ୍ନତିକରଣ ଓବିସିସି ଦ୍ବାରା କରାଯିବ
ଡ଼ିସେମ୍ବର ଶେଷ ସୁଦ୍ଧା ସରିବ ଶ୍ରୀଜଗନ୍ନାଥ ବଲ୍ଲଭ ପିଲିଗ୍ରିମ୍ ସେଣ୍ଟର କାର୍ଯ୍ୟ
୨୦୨୬ ରଥଯାତ୍ରା ପୂର୍ବରୁ ଅସଂପୂର୍ଣ୍ଣ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ
ରଥଯାତ୍ରା ପରେ ପ୍ରକଳ୍ପର ଅନ୍ୟ ସମସ୍ତ କାର୍ଯ୍ୟ କରାଯିବ
ଶ୍ରୀଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵର ଉନ୍ନତି କରଣ ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ନିଷ୍ପତ୍ତି
ଗୁଣ୍ଡିଚା ମନ୍ଦିରକୁ ପ୍ରବେଶ ନେଇ ଟିକେଟ ବ୍ୟବସ୍ଥା କରାଯିବାକୁ ନିଷ୍ପତ୍ତି ନିଆଯିବ
ସେବକ ପିଲାଙ୍କ ପାଇଁ ମାଟି ତୋଟାରେ ଆଦର୍ଶ ଗୁରୁକୁଳ ନିର୍ମାଣ ହେବ
ଏନେଇ ଜମିଜମା ବିବାଦର ସମାଧାନ ଜିଲ୍ଲାପାଳ କରିବେ
ଐତିହ୍ୟ ଆଲୋକୀକରଣ ପ୍ରକଳ୍ପକୁ ଅନୁମୋଦନ
ମେଘନାଦ ପାଚେରୀ ଏବଂ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ମନ୍ଦିରକୁ ଆଲୋକୀକରଣ କରାଯିବ
ଶ୍ରୀମନ୍ଦିର ଭିତରେ ଥିବା ସମସ୍ତ ଲୁହା ବ୍ୟାରିକେଡ଼ ବଦଳରେ ପିତ୍ତଳ ବ୍ୟାରିକେଡ଼ ଲାଗିବ
ନିଳାଦ୍ରୀ ଭକ୍ତ ନିବାସ ପଛରେ ଥିବା ସ୍ଥାନରେ ଏକ ନୂଆ ଭକ୍ତ ନିବାସ ସ୍ଥାପନ ହେବ
ଶ୍ରୀମନ୍ଦିର ଭିତରେ ପଲିଥିନ ବ୍ୟବହାର ବନ୍ଦ ହେବ
ଏହା ବଦଳରେ ପରିବେଶ ଅନୁକୂଳ ବ୍ୟାଗ ବ୍ୟବହାର କରାଯିବ
ଶ୍ରୀମନ୍ଦିର ଭିତରେ ପୁଲିସ , ଶ୍ରୀମନ୍ଦିର କର୍ମଚାରୀ ଓ ସେବାୟତଙ୍କୁ ମୋବାଇଲ ମନା
ନୀତି ସହିତ ସମ୍ପୃକ୍ତ ସେବାୟତ ଗାରଦ ଏବଂ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୋବାଇଲ ବ୍ୟବହାର କରିପାରିବେ
ପୁରୀରେ ଗୁରୁତ୍ବପୂର୍ଣ୍ଣ ବୈଠକ : ଡିସେମ୍ବର ସୁଦ୍ଧା ଶେଷ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅସମ୍ପୂର୍ଣ୍ଣ କାମ
ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ଡ ଗିରିଶ ଚନ୍ଦ୍ର ମୁର୍ମୁ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଉପସ୍ଥିତ ଥିଲେ । କମିଟିରେ ଅନେକ ଗୁରୁତ୍ୱପୂର୍ଣ ପ୍ରସଙ୍ଗ ନେଇ ବୈଠକରେ ଆଲୋଚନା ହୋଇଛି ।
/kanak/media/media_files/2025/10/15/3-2025-10-15-07-36-14.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)