କନକ ବ୍ୟୁରୋ : ଟୁଇନ ସିଟି ପରେ ଟ୍ରାଇସିଟିର ପରିକଳ୍ପନା କରୁଛନ୍ତି ରାଜ୍ୟ ସରକାର। ପୁରୀ, ଭୁବନେଶ୍ୱର ଓ କଟକକୁ ନେଇ ଟ୍ରାଇସିଟି କରିବେ ସରକାର। ଉଭୟ ତିନି ସ୍ଥାନର ଗମନାଗମନ ଓ ବିକାଶକୁ ଗୁରୁତ୍ୱ ଦେଇ ଏହି ଟ୍ରାଇସିଟିକୁ ଡେଭଲପ କରାଯିବ। ସେହିପରି  ଭୁବନେଶ୍ୱର ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ଓଭର ବ୍ରିଜ ଏବଂ ରିଂ ରୋଡ଼। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।