କନକବ୍ୟୁରୋ : ମହିଳା ଦିବସରେ ମହିଳାଙ୍କୁ ରାଜ୍ୟ ସରକାର ଦେବେ ବଡ଼ ଭେଟି, ଆକାଉଣ୍ଟକୁ ଆସିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିର ଟଙ୍କା। ବ୍ରହ୍ମପୁର ଆମ୍ବପୁଆ ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହୋଇ ମହିଳାଙ୍କୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି କାର୍ଯ୍ୟକ୍ରମରେ ପ୍ରାୟ ୨୫ହଜାର ମହିଳା ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।
ଏସବୁ ଭିତରେ କୋଟିଏ ଟପିଛି ସୁଭଦ୍ରା ହିତାଧିକାରୀ ସଂଖ୍ୟା । ଏହା ପୂର୍ବରୁ ୬ତାରିଖରେ ପ୍ରଥମ କିସ୍ତିର ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଟଙ୍କା ପାଇଥିଲେ ରାଜ୍ୟର ୨ଲକ୍ଷ ୩୦ହଜାରରୁ ଅଧିକ ହିତାଧିକାରୀ । ସେପଟେ ମାର୍ଚ୍ଚ ୩୧ ସୁଭଦ୍ରା ଆବେଦନର ଶେଷ ତାରିଖ ହୋଇଥିବା ବେଳେ ସେବେଠାରୁ ଚାଲିବ ସର୍ଭେ । ସୁଭଦ୍ରାରୁ ବଞ୍ଚିତ ହିତାଧିକାରୀଙ୍କୁ ଡୋର ଟୁ ଡୋର ସର୍ଭେ କରିବେ ମିଶନ ଶକ୍ତି ମହିଳା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2025/03/08/zotfpmB7cAw2CBbqJp5K.jpg)