କନକ ବ୍ୟୁରୋ : ଉତ୍ତରପ୍ରଦେଶରେ ଚାଲୁ ରହିବ ୧୬ ହଜାର ମଦ୍ରାସା । ସୁପ୍ରିମକୋର୍ଟ 'ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଆକ୍ଟ -୨୦୦୪'କୁ ବୈଧ ଦର୍ଶାଇଛନ୍ତି, ଯାହା ମଦ୍ରାସାର ଶିକ୍ଷାନୀତିକୁ ନିୟନ୍ତ୍ରିତ କରିଥାଏ । ଏହା ପୂର୍ବରୁ ଆହ୍ଲାବାଦ ହାଇକୋର୍ଟ ମଦ୍ରାସା ଶିକ୍ଷା ବୋର୍ଡ ଅଧିନିୟମକୁ ଖାରଜ କରିଥିଲେ ଏବଂ ଅନ୍ୟ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ନାମ ଲେଖାଇବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜି ହାଇକୋର୍ଟଙ୍କର ଏହି ଆଦେଶକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ସମେତ ଜଷ୍ଟିସ ଜେ.ବି ପାରଦୀୱାଲା ଓ ଜଷ୍ଟିସ ମନୋଜ ମିଶ୍ରଙ୍କ ତିନି ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।
ଆହ୍ଲାବାଦ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟଙ୍କ ରଦ୍ଦ । ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷାବୋର୍ଡ ଆକ୍ଟ ୨୦୨୪ କୁ ବୈଧ କହିଲେ କୋର୍ଟ
ଏହା ପୂର୍ବରୁ ଆହ୍ଲାବାଦ ହାଇକୋର୍ଟ ମଦ୍ରାସା ଶିକ୍ଷା ବୋର୍ଡ ଅଧିନିୟମକୁ ଖାରଜ କରିଥିଲେ ଏବଂ ଅନ୍ୟ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ନାମ ଲେଖାଇବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜି ହାଇକୋର୍ଟଙ୍କର ଏହି ଆଦେଶକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ ।