ଦିନକୁ ଦିନ ତଳମୁଁହା ହେବାରେ ଲାଗିଛି ପାରଦ,  ପ୍ରବଳ ଥଣ୍ଡା ଏବଂ ଜାଡ଼ରେ କମ୍ପିଲାଣି ସାରା ଓଡ଼ିଶା

Advertisment

ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ର ୭ଡିଗ୍ରି ରେକର୍ଡ । ଦ୍ବୈତନଗରୀରେ ୧୪ଡିଗ୍ରିକୁ ଖସିଲାଣି ପାରଦ

ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ର ୭ଡିଗ୍ରି ରେକର୍ଡ । ଦ୍ବୈତନଗରୀରେ ୧୪ଡିଗ୍ରିକୁ ଖସିଲାଣି ପାରଦ

Winter season

Winter season Photograph: (KanakNews)

କନକ ବ୍ୟୁରୋ;  ଦିନକୁ ଦିନ ପାରଦ ତଳମୁଁହା  ହେବାରେ ଲାଗିବା ସହ ପ୍ରବଳ ଥଣ୍ଡା ଏବଂ ଜାଡ଼ରେ କମ୍ପୁଛି ଓଡ଼ିଶାର ଦାର୍ଜିଲିଂ ଜି. ଉଦୟଗିରି । ପାରଦ ୭ଡିଗ୍ରିରେ ପହଁଚିଥିବା ରେକର୍ଡ କରିଛି ଆଞ୍ଚଳିକ କୃଷି ଗବେଷଣା ଏବଂ ପରାମର୍ଶ କେନ୍ଦ୍ର । ଶୀତ ସାରା ଅଞ୍ଚଳବାସୀଙ୍କୁ କଲବଲ କରିବାରେ ଲାଗିଛି । ଚଳିତ ବର୍ଷ ବିଳମ୍ବରେ ଶୀତ ଆରମ୍ବ ହୋଇଥିବା ବେଳେ ହଠାତ ପାରଦ କମିବା ଯୋଗୁଁ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି । ସେହିପରି ଗତ ୪ଦିନ ହେବ ଦ୍ବୈତନଗରୀ କଟକ, ଭୁବନେଶ୍ବରରେ ମଧ୍ୟ ପାରଦ ୧୪ଡିଗ୍ରୀକୁ ଖସିଆସିଛି ।

ଅଧିକ ପଢନ୍ତୁ: fog in odisha : ରାଜ୍ୟରେ ବଢୁଛି ଶୀତ ଲହରୀ : ଦାରିଙ୍ଗିବାଡ଼ିରେ ସର୍ବନିମ୍ନ ୮.୫ ଡିଗ୍ରି ତାପମାତ୍ରା ରେକର୍ଡ

ସକାଳୁ ପ୍ରବଳ କୁହୁଡ଼ି ଯୋଗୁଁ ଭ୍ରମଣରେ ପାଇଁ ଲୋକେ ଘରୁ ବାହାରୁ ନାହାନ୍ତି । ସକାଳୁ ଚାହା ଦୋକାନରେ ଶୀତୁଆ ସକାଳ ଖଟି ବେଶ ଜମୁଛି । ସନ୍ଧ୍ୟା ପରେ ଘରୁ ପଦାକୁ ବାହାରିବା କଷ୍ଟ ହୋଇଯାଉଛି ଯେଭଳି ଥଣ୍ଡା ପଡୁଛି ବାହାରକୁ ବାହାରିଲେ ହାତ ଗୋଡ଼ ମୁଣ୍ଡ କାଲ ହୋଇଯାଉଛି। ସଞ୍ଜ ନଇଁଲେ ସହର ରାସ୍ତା ଖାଁ ଖାଁ ଲାଗୁଛି । ଶୂନଶାନ ଲାଗୁଛି ସଡ଼କ, ଦୋକାନ ଓ ବଜାର। ପାଣିପାଗ ବିଭାଗ ସୂଚନାନୁସାରେ ଆଗାମୀ ଦିନରେ ତାପମାତ୍ରା ଆହୁରି ଖସିବା ସହ ଜାଡ଼ ବଢ଼ିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe