କନକ ବ୍ୟୁରୋ: କମିଲା କାଳବୈଶାଖୀ ପ୍ରକୋପ। ଆଜିଠୁ ରାଜ୍ୟରେ ପୁଣି ବଢିବ ତାପମାତ୍ରା। ପୁଣିଥରେ ତାତି କରିବ କଲବଲ । ଆସନ୍ତା ତିନିଦିନ ଭିତରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସୂଚନା ଅନୁସାରେ, ରାଜ୍ୟରେ ପୁଣି ଉପରମୁହାଁ ହେବ ପାରଦ । ଆସନ୍ତା ୩ ଦିନ ଭିତରେ ପୁଣି ତାପମାତ୍ରା ବୃଦ୍ଧି ପାଇବା ଆଶଙ୍କା ରହିଛି । ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବ । ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ତାପମାତ୍ରା ହ୍ରାସ ପାଇଥିଲା । ୪୦ ଡିଗ୍ରୀ ତଳେ ରହିଥିଲା ସବୁ ସହରର ପାରଦ । ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଥିଲା । କୁଆପଥର ବର୍ଷାରେ ବେହାଲ ହୋଇଥିଲା ଧନଜୀବନ । ଆଜିଠୁ ପୁଣି ତାପମାତ୍ରା ବଢିବା ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/03/25/V4Wyk703puhKiWvgsG9q.jpg)