୧୫ କିମି ବେଗରେ ବଢୁଛି ବାତ୍ୟା ‘ ଦାନା’ ; ଧାମରାରେ ମାଡ ହେବା ନେଇ ସୂଚନା ପରେ ହାଇ ଆଲର୍ଟ

ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର । ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟା ରୂପ ନେବା ପରେ ଏହା ଏବେ ୧୫ କିଲୋମିଟର ବେଗରେ ଉତ୍ତର- ପଶ୍ଚିମ ଦିଗରେ ଆଗକୁ ବଢୁଛି ।

35ttt

କନକ ବ୍ୟୁରୋ: ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର ।  ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟା ରୂପ ନେବା ପରେ ଏହା ଏବେ ୧୫ କିଲୋମିଟର ବେଗରେ ଉତ୍ତର- ପଶ୍ଚିମ ଦିଗରେ ଆଗକୁ ବଢୁଛି । କ୍ରମେ ଏହାର ଭୀଷଣ ବାତ୍ୟା ରୂପ ନେଇ ଧାମରାରୁ ଭିତରକନିକା ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ପୂର୍ବରୁ ବାତ୍ୟା ୧୮ କିଲୋମିଟର ବେଗରେ ଗତି କରୁଥିବାବେଳେ ଏବେ ଏହାର ଗତିରେ ଧୀରତା ଆସି ୧୫ କିଲୋମିଟରକୁ ହ୍ରାସ ପାଇଛି । ଫଳରେ ସମୁଦ୍ର ଭିତରେ ଏହାର ଅଧିକ ଶକ୍ତିଶାଳୀ ହେଉଥିବା କୁହାଯାଉଛି । ଏବେ ସୁଦ୍ଧା ମିଳିଥିବା ପାଣିପାଗ ବିଭାଗ ସୂଚନା ମୁତାବକ, ଏବେ ଏହା ପାରାଦୀପ ଠାରୁ ୫୨୦ କିଲୋମିଟର ଦୂରରେ ରହିଛି । ସାଗରଦ୍ୱୀପଠାରୁ ଏହାର ଦୂରତା ୬୦୦ କିଲୋମିଟର ରହିଛି ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe