୨୬/୧୧ ମୁମ୍ବାଇ ଆକ୍ରମଣକୁ ୧୬ ବର୍ଷ ; ସହିଦ ଯବାନ ଓ ନାଗିରକଙ୍କୁ ମନେ ପକାଉଛି ସାରା ଦେଶ

Advertisment

୨୦୦୮ ମସିହା ୨୬/୧୧ ମୁମ୍ବାଇ ଆକ୍ରମଣକୁ ପୁରିଛି ୧୬ ବର୍ଷ । ଠିକ ଆଜିର ଦିନରେ ଜଳପଥରେ ଆସି ମୁମ୍ବାଇରେ ପଶିବା ପରେ ଆତଙ୍କବାଦୀ ଯେଉଁ ମୃତ୍ୟୁ ତାଣ୍ଡବ ରଚିଥିଲେ ତାହା କେହି ଭୁଲି ନାହାନ୍ତି ।

୨୦୦୮ ମସିହା ୨୬/୧୧ ମୁମ୍ବାଇ ଆକ୍ରମଣକୁ ପୁରିଛି ୧୬ ବର୍ଷ । ଠିକ ଆଜିର ଦିନରେ ଜଳପଥରେ ଆସି ମୁମ୍ବାଇରେ ପଶିବା ପରେ ଆତଙ୍କବାଦୀ ଯେଉଁ ମୃତ୍ୟୁ ତାଣ୍ଡବ ରଚିଥିଲେ ତାହା କେହି ଭୁଲି ନାହାନ୍ତି ।

18ATTACK

କନକ ବ୍ୟୁରୋ : ୨୦୦୮ ମସିହା ୨୬/୧୧ ମୁମ୍ବାଇ ଆକ୍ରମଣକୁ ପୁରିଛି ୧୬ ବର୍ଷ । ଠିକ ଆଜିର ଦିନରେ ଜଳପଥରେ ଆସି ମୁମ୍ବାଇରେ ପଶିବା ପରେ ଆତଙ୍କବାଦୀ ଯେଉଁ ମୃତ୍ୟୁ ତାଣ୍ଡବ ରଚିଥିଲେ ତାହା କେହି ଭୁଲି ନାହାନ୍ତି । ନଭେମ୍ବର ୨୬ ମୁମ୍ବାଇ ଆକ୍ରମଣରେ ସହିଦ ଯବାନ ଓ ନାଗିରକଙ୍କୁ ମନେ ପକାଉଛି ସାରା ଦେଶ । ମୁମ୍ବାଇ ଆକ୍ରମଣକୁ ଚାହିଁକି ମଧ୍ୟ କୌଣସି ଭାରତୀୟ ଭୁଲି ପାରିବେ ନାହିଁ । ଆତଙ୍କବାଦୀଙ୍କ ଆକ୍ରମଣରେ ୧୬୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଓ ୩ଶହରୁ ଅଧିକ ଆହତ ହୋଇଥିଲେ । ଆତଙ୍କବାଦୀ ପ୍ରଥମେ ଶିବାଜୀ ଟର୍ମିନାଲ ପରେ ମାୟାନଗରୀର ବିଭିନ୍ନ ସ୍ଥାନରେ ଆଖିବୁଜା ଗୁଳିମାଡ କରି ବ୍ୟାପକ ଧନଜୀବନ ହାନି କରି ଆତଙ୍କ ଖେଳାଇ ଦେଇଥିଲେ ।

ହେଲେ ଏବେ ୧୫ ବର୍ଷ ପରେ ମୁମ୍ବାଇର ସୁରକ୍ଷା ବ୍ୟବସ୍ଥା ସୁଦୃଢ ହୋଇଛି । ଏବେ କୌଣସି ଆତଙ୍କବାଦୀ ମାୟାନଗରୀ ଉପରେ ଆକ୍ରମଣ କରିବାକୁ ହେଲେ ଶହେ ଥର ଚିନ୍ତା କରିବ। ମୁମ୍ବାଇ ସହର ସାରା ସିସିଟିଭି କ୍ୟାମେରା ଲଗାଯାଇଛି। ସନ୍ଦିଗ୍ଧ ଗତିବିଧି ଦେଖିଲେ କୁଇକ୍ ରେସପନ୍ସ ଟିମ ଘଟଣାସ୍ଥଳରେ ପହଂଚିଯାଉଛି। ସମୁଦ୍ର ପଥରେ ସୁରକ୍ଷାକୁ କଡାକଡି କରାଯାଇଛି। ଏହାଛଡା ଗୁଏନ୍ଦା ବିଭାଗକୁ ଆହୁରି ଶକ୍ତିଶାଳୀ ହୋଇଛି। ତେଣୁ ବର୍ତମାନ ସ୍ଥିତିରେ ମୁମ୍ବାଇ ଉପରେ ଆକ୍ରମଣ କରିବା କୌଣସି ଆତଙ୍କବାଦୀ ସଂଗଠନ ପକ୍ଷେ ସମ୍ଭବ ନୁହେଁ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe