କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପତ୍ନୀ ମୀନତି ଦାସ, ଝିଅ ଦୀପାଳି ଦାସ ଓ ପୁଅ ବିଶାଳ ଦାସ। ଏହାପରେ ପ୍ରକୃତ ଦୋଷୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ ବୋଲି ଭରସା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୋହନ ମାଝି କହିଛନ୍ତି, ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ। ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ । ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ମିନତି ଦାସଙ୍କୁ ତଦନ୍ତକାରୀ ସଂସ୍ଥାକୁ ସହଯୋଗ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଯେ କୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ। ସେ ନିଜେ ଓ ତାଙ୍କ ସରକାର ନ୍ୟାୟ ସପକ୍ଷରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ପାଇଁ ଦାବି କରିଛନ୍ତି ନବଙ୍କ ପରିବାର। ବାପା ନବ ଦାସଙ୍କ ହତ୍ୟାକାଣ୍ଡର ତଦନ୍ତ ସଠିକ୍ ଭାବେ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଶ୍ବାସନା ଦେଇଥିବା କହିଛନ୍ତି ଦୀପାଳି। ଏହାସହ ପରିବାରକୁ ସୁରକ୍ଷା ଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ପହଞ୍ଚିଥିଲେ ନବ ଦାସଙ୍କ ପରିବାର। ନବଙ୍କ ପତ୍ନୀ ମିନତି ଦାସ, ଝିଅ ଦୀପାଳି ଓ ପୁଅ ବିଶାଳ ଦାସ ପାଖାପାଖି ୨ଘଣ୍ଟା ଧରି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି।
ନବ ଦାସଙ୍କ ହତ୍ୟା ମାମଲାରେ ଝିଅ ଦୀପାଳିଙ୍କ ବୟାନକୁ ନେଇ ଦ୍ୱନ୍ଦ୍ୱ । ପୂର୍ବରୁ ରହିଥିଲେ ଚୁପ୍, ଏବେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କଲେ ସିବିଆଇ ତଦନ୍ତ ଦାବି
ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ । ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ ।
/kanak/media/media_files/2025/03/20/EQl7ACyDII87pTqyxcqJ.jpg)