ଓଡ଼ିଶାରେ ହେବ ଶକ୍ତି କରିଡ଼ର, ଯୋଡ଼ାଯିବ ରାଜ୍ୟର ସମସ୍ତ ଶକ୍ତିପୀଠ

Advertisment

ଗଞ୍ଜାମ ତାରାତାରିଣୀ ପୀଠ ଦର୍ଶନ ପରେ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଗଞ୍ଜାମ ତାରାତାରିଣୀ ପୀଠ ଦର୍ଶନ ପରେ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

22ନିବୁଲ

Photograph: (kanaknews)

କନକ ବ୍ୟୁରୋ: ଓଡ଼ିଶାରେ ହେବ ଶକ୍ତି କରିଡ଼ର । ଏହା ମାଧ୍ୟମରେ ରାଜ୍ୟରେ ରହିଥିବା ସମସ୍ତ ଶକ୍ତି ପୀଠକୁ ଯୋଡାଯିବ । ସମସ୍ତ ଶକ୍ତିପୀଠ ମଧ୍ୟରେ ସମନ୍ୱୟ ରଖାଯିବ । ଏହି ଶକ୍ତି କରିଡ଼ର ସମ୍ପର୍କରେ ଖୁବଶିଘ୍ର ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯିବ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଗସ୍ତ ଅବସରରେ ଏହି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ଆଜି ଚୈତ୍ର ମାସର ଶେଷ ମଙ୍ଗଳବାରରେ ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀଙ୍କ ଦର୍ଶନ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀଙ୍କ ସହ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ମାଆ ତାରିଣୀଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ।   

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe