କନକବ୍ୟୁରୋ : ଆଜି ପୁଣି ଗଡ଼ିବ ତିନି ରଥ ।  ରଥଟଣାରେ ବିଳମ୍ବ ଯୋଗୁଁ ଅଧାରେ ଅଟକିଛି ନନ୍ଦିଘୋଷ, ତାଳଧ୍ବଜ ଓ ଦର୍ପଦଳନ ରଥ ।  ଆଜି ସକାଳ ସାଢ଼େ ୯ଟାରେ ପୁଣି ରଥ ଟଣାଯିବ ।  ବଡ଼ ଠାକୁରଙ୍କ ରଥ ବଳଗଣ୍ଡି ଓ ଦେବୀ ସୁଭଦ୍ରାଙ୍କ ରଥ ମାର୍କେଟ୍‌ ଛକ ନିକଟରେ ଅଟକି ରହିଛି ।  

Advertisment

ସେପଟେ ସରକାରଙ୍କ ସମସ୍ତ ପ୍ରସ୍ତୁତି ପରେ ବି ରଥଟଣାରେ ହୋଇଥିବା ଅବ୍ୟବସ୍ଥା ଘଟଣା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଭୀଷଣ ଅସନ୍ତୁଷ୍ଟ କରିଛି । ଏବେବି ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ବଡ଼ ଦାଣ୍ଡରେ ଅଛନ୍ତି । ସାରାରାତି ତିନି ଠାକୁରଙ୍କୁ ଦର୍ଶନ କରିଛନ୍ତି । ଆଉ କିଛି ସମୟ ପରେ ପୁଣିଥରେ ରଥ ଟଣା ହେବ । ସେଥିପାଇଁ ସକାଳୁ ସକାଳୁ ମଧ୍ୟ ପ୍ରବଳ ଜନଗହଳି ଦେଖିବାକୁ ମିଳିଛି ।