କାଳବୈଶାଖୀ ନେଇ ଆଞ୍ଚଳିକ ପାଣିପାଗ ବିଭାଗର ସର୍ତକତା: ୨୪ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

Advertisment

କାଳବୈଶାଖୀ ପାଇଁ ସର୍ତକତା । ଆଗାମୀ ୨୪ ଘଣ୍ଟା ମଧ୍ୟରେ ହାଲୁକା ବର୍ଷା, ପବନ, ଘଡ଼ଘଡ଼ି ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

କାଳବୈଶାଖୀ ପାଇଁ ସର୍ତକତା । ଆଗାମୀ ୨୪ ଘଣ୍ଟା ମଧ୍ୟରେ ହାଲୁକା ବର୍ଷା, ପବନ, ଘଡ଼ଘଡ଼ି ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

kalabaisakhi

Photograph: (kanak news)

କନକ ବ୍ୟୁରୋ: କାଳବୈଶାଖୀ ପାଇଁ ସର୍ତକତା । ଆଗାମୀ ୨୪ ଘଣ୍ଟା ମଧ୍ୟରେ ହାଲୁକା ବର୍ଷା, ପବନ, ଘଡ଼ଘଡ଼ି ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୩୦ରୁ ୪୦ କିଲୋମିଟର ରହିବ । ସେପଟେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗୁଳୁଗୁଳି ସହ ଗରମ ଅନୁଭୂତ ହୋଇଛି । ଆଗାମୀ ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ତାପମାତ୍ରା ବୃଦ୍ଧି ସହ ଗୁଳୁଗୁଳି ଅନୁଭୂତ ହେବ । ଏହାସହ କାଳବୈଶାଖୀର ପ୍ରଭାବ ମଧ୍ୟ କିଛି ସ୍ଥାନରେ ରହିବା ନେଇ ଆକଳନ କରାଯାଇଛି ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe