କନକ ବ୍ୟୁରୋ : ନିର୍ଦ୍ଧାରଣ ହେଲା ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇର ଲଗ୍ନ । ଆସନ୍ତା ଅଗଷ୍ଟ ୨୮ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ଗୁରୁବାର   ସକାଳ ୧୦ଟା ୩୩ରୁ  ୧୦ଟା ୫୫ ମଧ୍ୟରେ ଶୁଭ ଲଗ୍ନ ନିର୍ଦ୍ଧାରଣ ହୋଇଛି । ଏହି ସମୟ ଭିତରେ ପଶ୍ଚିମ ଓଡିଶାର ଇଷ୍ଟଦେବୀ ମାଆ ସମଲେଶ୍ବରୀଙ୍କଠାରେ ନବାନ୍ନ ଲାଗି କରାଯିବ । ପରେ ସାରା ପଶ୍ଚିମ ଓଡିଶାବାସୀ ନବାନ୍ନ ଭକ୍ଷଣ କରିବେ । ସମ୍ବଲପୁର ବ୍ରହ୍ମପୁରା ମନ୍ଦିର ପରିସରରେ  ପଣ୍ଡିତ ମଣ୍ଡଳୀ  ବସି ଲଗ୍ନ ନିର୍ଦ୍ଧାରଣ କରିଛନ୍ତି । ପ୍ରଥମେ ବିଦ୍ବାନ, ପଣ୍ଡିତ ପହଂଚିଲା ପରେ ବିଷ୍ଣୁ ସହସ୍ର ନାମ ପାଠ କରିଛନ୍ତି। ଏହା ପରେ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ଗଣନା କରି ଏହି ଲଗ୍ନ ନିର୍ଦ୍ଧାରଣ ହୋଇଛି । ପଣ୍ଡିତ ମଣ୍ଡଳୀ ପାଞ୍ଜୀ ଦେଖିବା ପରେ ଲଗ୍ନ ନିର୍ଦ୍ଧାରଣ ହୋଇଛି । ସେହି ଲଗ୍ନ ପତ୍ରକୁ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ କମିଟି ସଦସ୍ୟ ଓ ମନ୍ଦିର ପୂଜକ ଯାଇ ମାଁ ସମଲେଶ୍ବରୀଙ୍କଠାରେ ଲଗ୍ନପତ୍ର ପ୍ରଦାନ କରିବେ ।  ଲଗ୍ନ ଅନୁସାରେ ପ୍ରଥମେ ମାଁ ସମଲେଶ୍ବରୀଙ୍କଠାରେ ନବାନ୍ନ ଲାଗିହେବା ପରେ ସାରା ପଶ୍ଚିମ ଓଡିଶାବାସୀ ନବାନ୍ନ ଭକ୍ଷଣ କରିବେ ।