କନକ ବ୍ୟୁରୋ : ଆଜି ଗଣିତ ପରୀକ୍ଷା ଦେବେ ଦଶମ ଛାତ୍ରଛାତ୍ରୀ। ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷାରେ ଆଜି ଜଟିଳ ବିଷୟ ଗଣିତ ରହିଛି। କପି ରୋକିବାକୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପରୀକ୍ଷା ସୁପରିଚାଳନା ଲାଗି ଏଥର ଚାରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ଥର ୬୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ୍ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି। ଚଳିତ ବର୍ଷ ରାଜ୍ୟରେ ମୋଟ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଆସନ୍ତା ମାର୍ଚ୍ଚ ୬ ତାରିଖ ପର୍ୟ୍ୟନ୍ତ ଚାଲିବ। ପ୍ରଶ୍ନପତ୍ର ଲିକ୍ ରୋକିବା ନିମନ୍ତେ ବିଶେଷ ଧ୍ୟାନ ଦିଆଯାଇଛି। ଏଥର ପ୍ରଶ୍ନପତ୍ରରେ ସିରିଏଲ୍ ନମ୍ବର ଓ କ୍ୟୁଆର କୋଡ୍ ବ୍ୟବସ୍ଥା କରାଯାଇଛି। ଫଳରେ ପ୍ରଶ୍ନପତ୍ର ଭାଇରାଲ ହେଲେ ଏହା କେଉଁ ସେଣ୍ଟରରୁ ଲିକ୍ ହୋଇଛି ତାହା ଜଣାପଡ଼ିଯିବ।
ଆଜି ଗଣିତ ପରୀକ୍ଷା ଦେବେ ଦଶମ ଛାତ୍ରଛାତ୍ରୀ । କପି ରୋକିବା ନେଇ ସବୁ ସେଣ୍ଟରରେ କଡା ସୁରକ୍ଷା ବ୍ୟବସ୍ଥା
ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ଥର ୬୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ୍ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି। ଚଳିତ ବର୍ଷ ରାଜ୍ୟରେ ମୋଟ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଆସନ୍ତା ମାର୍ଚ୍ଚ ୬ ତାରିଖ ପର୍ୟ୍ୟନ୍ତ ଚାଲିବ।
/kanak/media/media_files/2025/02/27/gmTA5UoTQFsIzwbOFern.jpg)
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)