କନକ ବ୍ୟୁରୋ: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ବର୍ତ୍ତମାନ ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି । ଏହା ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ସେପଟେ ଆଉ ଏକ ଘୁର୍ଣ୍ଣିବଳୟ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି । ପ୍ରଭାବରେ ଆଜି ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଆଡ଼କୁ ଗତି କରିବା ସହ ଧୀରେ ଧୀରେ ଅଧିକ ଘନୀଭୂତ ହୋଇ ଉତ୍ତର -ପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଅବପାତର ରୂପ ନେବ ।
ସେପ୍ଟେମ୍ବର ୨୭ ତାରିଖରେ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ । ଆଜି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ୨୮ ତାରିଖ ଯାଏଁ ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।