Photograph: (kanak news)
କନକ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନିତି ଅନୁଷ୍ଠିତ ହେବ। ମହାପ୍ରଭୁ ନିକଟ ଅତୀତ ରେ ଅବିର ଖେଳି ମୁହଁ ଟିକେ ଫିକା ପଡିଯାଇଥାଏ । ସେହି ଦୃଷ୍ଟିରୁ ଯାତ୍ରା ପରେ ଆଜି ହେଉଛି ରତ୍ନ ସିଂହାସନ ରେ ବନକ ଲାଗି ନୀତି ମହାପ୍ରଭୁ ଙ୍କ ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ।
ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ। ଏହା ଏକ ଗୁପ୍ତ ସେବା ନିତି ହୋଇଥିବା କାରଣରୁ ଆଜି ସନ୍ଦ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜଣାପଡିଛି। ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ ।
ଆହୁରି ପଢ଼ନ୍ତୁ:ତୃତୀୟ ବିଶ୍ବଯୁଦ୍ଧ ଘନେଇଲା:ପରମାଣୁ କ୍ଷେପଣାସ୍ତ୍ର ମିନିଟ୍ମ୍ୟାନ୍-୩ ପରୀକ୍ଷଣ କଲା ଆମେରିକା
Follow Us