କନକବ୍ୟୁରୋ :  କିଏ ହେବେ ପିସିସି ସଭାପତି? ସେନେଇ ଚର୍ଚ୍ଚା ଚାଲିଥିବାବେଳେ ଆଜି ଆସୁଛନ୍ତି ଏଆଇସିସି ନେତା ଚରଣଦାସ ମହନ୍ତ ଓ ମୀନାକ୍ଷୀ ନଟରାଜନ। ଛତିଶଗଡ ବିରୋଧୀ ଦଳ ନେତା ଚରଣଦାସ ମହନ୍ତ ଓ ବରିଷ୍ଠ ନେତ୍ରୀ ମୀନାକ୍ଷୀ ନଟରାଜନ । ଏମାନେ ରାଜ୍ୟ ନେତାଙ୍କ ସହ ଆଲୋଚନା କରି ଏଆଇସିସିକୁ ରିପୋର୍ଟ ଦେବେ। ସକାଳୁ ରାତି ଯାଏଁ ଏହି ଦୁଇ ନେତା କଂଗ୍ରେସ ଭବନରେ ବୈଠକ କରିବେ 

Advertisment

ପ୍ରଥମେ ଷ୍ଟିଅରିଂ କମିଟି ସହ ଆଲୋଚନା କରିବେ। ବିଧାୟକ ଓ ସାଂସଦଙ୍କୁ ଭେଟି ମତାମତ ନେବେ। ଜିଲ୍ଲା ସଭାପତି ଓ ଛାମୁଆ ସଙ୍ଗଠନ ନେତାଙ୍କ ସହ ବି ବୈଠକ ହେବ। ଏହାପରେ କିଛି ନେତାଙ୍କ ସହ ୱାନ ଟୁ ୱାନ ଆଲୋଚନା ବି କରିବେ । କଂଗ୍ରେସ  ଶିବିରରେ ଆଲୋଚନା ହେଉଛି, ପିସିସି ସଭାପତି ଦୌଡରେ ଏବେ ଭକ୍ତ ଦାସ ଓ ମହମ୍ମଦ ମୋକିମଙ୍କ ନାଁ ଆଗରେ ରହିଛି ।

ସେପେଟ ଭକ୍ତ ଦାସ କିଛି ବିଧାୟକ ଓ ବରିଷ୍ଠ ନେତାଙ୍କ ସହ ଏକ ତାରକା ହୋଟେଲରେ ବୈଠକ କରିଛନ୍ତି। ସେହିଭଳି ଦୁଇ ଦିନ ହେଲା ମହମ୍ମଦ ମୋକିମଙ୍କ ଅନେକ ସମର୍ଥକ ବନ୍ଧୁମିଳନ ନାଁରେ ଏକାଠି ହୋଇଛନ୍ତି  ଚର୍ଚ୍ଚା ହେଉଛି, ଏଆଇସିସି ନେତାଙ୍କ ଆଗରେ ଏହି ସମର୍ଥକମାନେ ପିସିସି ସଭାପତି ପାଇଁ ମୋକିମ ଯୋଗ୍ୟ ବୋଲି ଯୁକ୍ତି ବାଢିବେ । 

ଏହାରି ଭିତରେ ୪୦ରୁ ଅଧିକ ନେତା ଛତିଶଗଡ ଯାଇ ଚରଣଦାସ ମହନ୍ତଙ୍କୁ ଭେଟି ସଭାପତି ପାଇଁ ଲବି କରିଛନ୍ତି  । ତେବେ ବର୍ତମାନ ସମୟରେ ଏଭଳି ମେଳିକୁ ନାପସନ୍ଦ କରିଛନ୍ତି ତାରାବାହିନୀପତି  । ସେପଟେ କଂଗ୍ରେସ ସାଂସଦ ସପ୍ତଗିରି ଉଲ୍ଲାକା ବି ପିସିସି ସଭାପତି ପାଇଁ ଆଶାବାଦୀ ଅଛନ୍ତି । ସଭାପତି ପାଇଁ ସେ ମନାକରିନାହାନ୍ତି କି ପଦ ଯାଚିଲେ ଗ୍ରହଣ କରିବେ ବୋଲି ଏକ ସନ୍ଦେଶ ସେ ରାଜ୍ୟ କଂଗ୍ରେସ ନେତାଙ୍କୁ ଦେଇଛନ୍ତି । ଏବେ କିଏ ପିସିସି ସଭାପତି ହେବ ତାକୁ ନେଇ ଚର୍ଚ୍ଚା ଜାରି ରହିଛି ।